Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||

ଟ୍ରକ୍‌ରେ ଲୁଚି ଆସୁଥିଲେ ଆତଙ୍କବାଦୀ, ଟୋଲ୍ ପ୍ଲାଜା ନିକଟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଆତଙ୍କବାଦୀ ନିପାତ

19/11/2020 at 7:54 AM

ଶ୍ରୀନଗର ୧୯।୧୧: ଜମ୍ମୁ କାଶ୍ମୀରର ନଗରୋଟାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଫଳରେ ୪ ଆତଙ୍କବାଦୀ ନିହତ ହୋଇଛି । ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

ଗୁରୁବାର ସକାଳୁ ନଗରୋଟା ସ୍ଥିତ ବ୍ୟାନ୍ ଟୋଲ୍ ପ୍ଲାଜା ନିକଟରେ ଏହି ଏନକାଉଣ୍ଟର ହୋଇଛି । ଗୁଇନ୍ଦା ସୂଚନା ପାଇବା ପରେ ନଗରୋଟାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା । ଏହାସହ ସମସ୍ତ ଯାନବାହାନକୁ ଯାଞ୍ଚ କରାଯାଇଥିଲା । ଯାନବାହନ ଯାଞ୍ଚ ବେଳେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ । ସୁରକ୍ଷାକର୍ମୀ ପାଲଟା ଗୁଳି ଚଳାଇଥିଲେ । ଫଳରେ ଆତଙ୍କବାଦୀମାନେ ଜଙ୍ଗଲ ଅଭିମୁଖେ ଦୌଡିଥିଲେ । ଏହାପରେ ମଧ୍ୟ ଗୁଳିବିନିମୟ ଜାରି ରହିଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏନକାଉଣ୍ଟର ଯୋଗୁ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥ ବନ୍ଦ କରିଦିଆଯାଇଛି । ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି ।

ସୂଚନାଯୋଗ୍ୟ ଯେ, କିଛି ଆତଙ୍କବାଦୀ ଟ୍ରକ୍‌ରେ ଜମ୍ମୁ-ଶ୍ରୀନଗର ରାଜପଥ ଦେଇ କାଶ୍ମୀର ଯିବାକୁ ଉଦ୍ୟମ କରୁଥିଲେ । ଏହି ସମୟରେ ସୁରକ୍ଷାକର୍ମୀ ଆତଙ୍କବାଦୀମାନଙ୍କୁ ଘେରାବନ୍ଦୀ କରିଦେଇଥିଲେ । ଏହାପରେ ଗୁଳିବିନିମୟ ଆରମ୍ଭ ହୋଇଯାଇଥିଲା ।

   Related Posts