ସୋପିଆନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

Published By : Prameya-News7 Bureau | April 13, 2019 IST

ଶ୍ରୀନଗର ୧୩|୪: ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାରେ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଜିଲ୍ଲାର ଗହଣ୍ଡ ଅଞ୍ଚଳରେ କେତେଜଣ ଆତଙ୍କବାଦୀ ଲୁଚିଥିବା ଖବର ସୁରକ୍ଷାକର୍ମୀ ପାଇଥିଲେ। ଖବର ପାଇ ସୁରକ୍ଷାକର୍ମୀ ସମ୍ପୃକ୍ତ ଅଞ୍ଚଳକୁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ପ୍ରଥମେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ପାଲଟା ଜବାବରେ ଯବାନଙ୍କ ପକ୍ଷରୁ ଗୁଳିମାଡ କରାଯାଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ନିହତ ଆତଙ୍କବାଦୀମାନେ ହିଜବୁଲ ମୁଜାହିଦ୍ଦିନ ସଂଗଠନର ବୋଲି ଜଣାପଡିଛି। ଆହୁରି ୨ରୁ ୩ ଜଣ ଆତଙ୍କବାଦୀ ସମ୍ପୃକ୍ତ ଅଞ୍ଚଳରେ ଲୁଚି ରହିଥିବା ଜଣାପଡିଛି । ସଂପୃକ୍ତ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.