ସମ୍ବଲପୁର ଜିଲ୍ଲାର ୨ଟି ଗାଁ ସଟଡାଉନ୍ ଘୋଷଣା, କରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ପଦକ୍ଷେପ

Published By : Prameya-News7 Bureau | April 21, 2021 IST

ସମ୍ବଲପୁର ୨୧।୪: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୪୮୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ୧୭୧ ଜଣ ସଂକ୍ରମିତ ରହିଛନ୍ତି । ସମ୍ବଲପୁରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ମୁଣ୍ଡବ୍ୟଥାର କାରଣ ପାଲଟିଛି । ସମ୍ବଲପୁର ଚିପିଲିମାରେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଚିପିଲିମା ରାଜସ୍ବ ଗ୍ରାମ ଓ ଚାରପାଲି ଗ୍ରାମକୁ ସଟଡାଉନ୍ ଘୋଷଣା କରାଯାଇଛି ।

ସମ୍ବଲପୁର ଜିଲ୍ଲା ଧନକଉଡା ବ୍ଲକ୍ କର୍ଡୋଲା ପଞ୍ଚାୟତ ସରପଞ୍ଚ ନିଜର ଜିଲ୍ଲାପାଳ କ୍ଷମତା ଉପଯୋଗ କରି ଏହି ଦୁଇଟି ଗାଁକୁ ସଟଡାଉନ୍ ଘୋଷଣା କରିଛନ୍ତି । ୨୦ ତାରିଖରୁ କରାଯାଇଥିବା ଏହି ସଟଡାଉନ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସରପଞ୍ଚ ନୋଟିସ ମାରିଛନ୍ତି । ଚିପିଲିମାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ସେ ନୋଟିସରେ ଉଲ୍ଲେଖ କରିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୬୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୮୦ ଜଣଙ୍କର ମୃତ୍ୟୁ ହୋଇଛି ।

{"align":"center","id":441676,"sizeSlug":"large","linkDestination":"none"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.