ମହୁମାଛି ଆକ୍ରମଣରେ ୨ ବୃଦ୍ଧା ଗୁରୁତର, ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | October 23, 2021 IST

ଆନନ୍ଦପୁର ୨୩।୧୦: ମହୁମାଛି ଆକ୍ରମଣରେ ଦୁଇ ଜଣ ବୃଦ୍ଧା ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକ୍‌ ଖଲିଆମେଣ୍ଟା ଗାଁରେ ଶନିବାର ସକାଳୁ ପଙ୍କଜିନୀ ଜେନା ବାଡି ପଟକୁ ଯାଇଥିବା ସମୟରେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ତାଙ୍କୁ ବଞ୍ଚାଇବାକୁ ଯାଇ ସାନ ଯାଆ ଉର୍ବଶୀ ଜେନା ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଘର ଲୋକେ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.