Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ନୂଆ ଟ୍ବିଷ୍ଟ୍ : ଫୁଲବାଣୀ ଟାଉନ୍ ଥାନାରେ ଆତ୍ମସମର୍ପଣ କଲେ ୨ ସନ୍ଦିଗ୍ଧ

13/10/2021 at 10:57 AM

ଭୁବନେଶ୍ବର ୧୩।୧୦: ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାର ଦୁଇ ସନ୍ଦିଗ୍ଧ ଫୁଲବାଣୀ ଟାଉନ୍ ଥାନାରେ ଆତ୍ମସମର୍ପଣ କରିଛନ୍ତି । ଦୁଇ ସନ୍ଦିଗ୍ଧ ହେଲେ ଲିଟୁ ଓରଫ ଦୀନେଶ ମହାପାତ୍ର ଓ ମୁନା ଓରଫ ମୃତ୍ୟୁଞ୍ଜୟ । ମୃତ୍ୟୁ ପୂର୍ବରୁ ଏହି ଦୁଇ ଜଣ ମନୀଷଙ୍କ ସହ ହୋଟେଲରେ ଥିଲେ । ସନ୍ଦେହରେ ପୋଲିସ ଉଭୟ ଲିଟୁ ଓ ମୁନ୍ନାଙ୍କୁ ଖୋଜୁଥିଲା ।

ଉଭୟଙ୍କୁ ଭୁବନେଶ୍ବର ଆଣି ପୋଲିସ ଅଧିକ ପଚରାଉଚରା କରିବ । ଲିଟୁ ଓ ମୁନ୍ନାଙ୍କୁ ଘଟଣା ଦିନ ଫେରାର କରିବା ଅଭିଯୋଗରେ ହିମାଂଶୁ ନାମକ ଜଣେ ଯୁବକ ଅଟକ ଅଛନ୍ତି । ମୋଟ୍ ୪ ଜଣଙ୍କୁ ଅଟକ ରଖି ପୋଲିସ ମନୀଷ ମୃତ୍ୟୁ ମିଷ୍ଟ୍ରି ଖୋଜିବାରେ ଲାଗିଛି ।

ମଙ୍ଗଳବାର ମନୀଷ ଅନୁରାଗ ମୃତ୍ୟୁ ମାମଲାର ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ ଆସିଥିଲା । ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟରେ ଶ୍ବାସରୁଦ୍ଧ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଥିବା ଦର୍ଶାଯାଇଥିଲା । ତେବେ ମନୀଷଙ୍କୁ ଅପହରଣ କରାଯାଇଥିବା ନେଇ ପୋଲିସ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରମାଣ ପାଇନାହିଁ ।

ଏହା ଏକ ହତ୍ୟାକାଣ୍ଡ କିମ୍ବା ଏହା ପଛରେ ଆଉ କଣ କାରଣ ରହିଛି ତାହା ଫାଇନାଲ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହିଁ ଜଣାପଡିବ । ଘଟଣାରେ ୩ଟି ଦିଗକୁ ନେଇ ପୋଲିସ ତଦନ୍ତ କରୁଛି । ପୋଷ୍ଟମର୍ଟମ ପ୍ରାଥମିକ ରିପୋର୍ଟରୁ ଶ୍ବାସରୁଦ୍ଧ ଯୋଗୁଁ ମୃତ୍ୟୁ ଘଟିଥିବା ଡାକ୍ତର କହିଥିଲେ ।

   Related Posts