Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଭାରତରୁ ୟୁଏଇକୁ ବିମାନ ଚଳାଚଳ ବନ୍ଦ, ଜୁନ୍ ୩୦ ପର୍ଯ୍ୟନ୍ତ ବଢିଲା ସ୍ଥଗିତାଦେଶ

31/05/2021 at 12:19 PM

ଦୁବାଇ ୩୧।୫: ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ) କରୋନା ମହାମାରୀକୁ ଦୃଷ୍ଟିରେ ରଖି ରବିବାର ଦିନ ଭାରତରୁ ଯାଉଥିବା ଯାତ୍ରୀବାହୀ ବିମାନ ଚଳାଚଳ ସ୍ଥଗିତାଦେଶକୁ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ବଢାଇ ଦେଇଛି । ଭାରତରେ କୋଭିଡ୍ -୧୯ ମାମଲା ବୃଦ୍ଧି ହେବା ଅପ୍ରେଲ ୨୫ରେ ବିମାନ ଚଳାଚଳ ଉପରେ ରୋକ୍ ଲଗାଯାଇଥିଲା ।

ୟୁଏଇ ବିମାନ ସେବା ପ୍ରଦାନକାରୀ ଏମିରେଟ୍ସ ରବିବାର ଦିନ ନିଜ ୱେବସାଇଟରେ ପ୍ରକାଶିତ ଏକ ବାର୍ତ୍ତାରେ କହିଛି ଯେ ଭାରତରୁ ଆସୁଥିବା ଯାତ୍ରୀବାହୀ ବିମାନ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ ଜୁନ୍ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛି । ଏହାପୂର୍ବରୁ ଜୁନ୍ ୧୪ ପର୍ଯ୍ୟନ୍ତ ଯାତ୍ରୀବାହୀ ବିମାନ ଉପରେ ପ୍ରତିବନ୍ଧକ ଘୋଷଣା କରାଯାଇଥିଲା ।

ଉଲ୍ଲେଖଯୋଗ୍ୟ ଯେ, ଗତ ୨୪ ଘଣ୍ଟାରେ ୧ ଲକ୍ଷ ୫୨ ହଜାର ୭୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୧୨୮ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୦ଲକ୍ଷ ୪୭ ହଜାର ୫୩୪ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୨୯ ହଜାର ୧୦୦ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୫୬ ଲକ୍ଷ ୯୨ ହଜାର ୩୪୨ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୦,୨୬,୦୨୯ ।

   Related Posts