ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟକୁ UGC ମାନ୍ୟତା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଘୋଷଣା, ‘ଖୁବଶୀଘ୍ର ମିଳିବ କେନ୍ଦ୍ରୀୟ ଅନୁଦାନ’

Published By : Prameya-News7 Bureau | July 30, 2021 IST

ଭୁବନେଶ୍ବର ୩୦/୦୭ : ରାଜ୍ୟର ଅନ୍ୟତମ ଅଗ୍ରଣୀ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ମିଳିଲା UGC ମାନ୍ୟତା । ଏ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି । UGC ମାନ୍ୟତା ସହିତ ବିଶ୍ବବିଦ୍ୟାଳୟ ତାଲିକାରେ ମଧ୍ୟ ଅନ୍ତର୍ଭୁକ୍ତ ହୋଇଛି ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟ । ଏହା ସହିତ ୟୁଜିସି ଧାରା ୧୨(ବି) ଅନୁଯାୟୀ ଖୁବଶୀଘ୍ର କେନ୍ଦ୍ର ଅନୁମୋଦନ ମିଳିବା ନେଇ ସୂଚନା ମିଳିଛି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଟ୍ବିଟ୍ କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି , ‘ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ଆଜି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି । ଏହା ନିଶ୍ଚିତ ଭାବରେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି ଆଶା କରୁଛି। ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ ର ଧାରା ୧୨ (ବି) ରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହା ବିଶ୍ୱ ବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ।’

wp:embed {"url":"https://twitter.com/dpradhanbjp/status/1421117341773877250","type":"rich","providerNameSlug":"twitter","responsive":true,"className":""}
https://twitter.com/dpradhanbjp/status/1421117341773877250
/wp:embed wp:embed {"url":"https://twitter.com/dpradhanbjp/status/1421117345884303364","type":"rich","providerNameSlug":"twitter","responsive":true,"className":""}
https://twitter.com/dpradhanbjp/status/1421117345884303364
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.