Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ

20/06/2021 at 9:39 PM

ଲାଞ୍ଜିଗଡ଼ ୨୦।୦୬: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକର ସିକେରକୁପାରୁ ପୋଖରୀବନ୍ଧକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର ଢେପଗୁଡା ଘାଟିର ଲୋକନାଥପୁର ଛକ ନିକଟରେ ଆଜି ଅପରାହ୍ନ ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡି ଧକ୍କାରେ ଲାଞ୍ଜିଗଡରୋଡ ଗ୍ରାମପଞ୍ଚାୟତ କାଉଗୁଡାର ଗଜିନ୍ଦ୍ର ହରିଜନ(୩୫) ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।

ସୂଚନାନୁଯାୟୀ, ରବିବାର ଅପରାହ୍ନରେ ଗଜିନ୍ଦ୍ର ନିଜ ଗାଁରୁ ବାହାରି ଏକ ଗ୍ଲାମର ବାଇକ ଯୋଗେ ନିଜ ଶ୍ୱଶୁର ଘର ଜଗନ୍ନାଥପୁର ଅଭିମୁଖେ ଯାଉଥିଲେ । ଏହି ସମୟରେ ତାଙ୍କୁ ଲୋକନାଥପୁର ଛକ ନିକଟରେ କୌଣସି ଏକ ଅଜଣା ଗାଡି ଧକ୍କା ଦେବା ସହ କିଛି ଦୂର ଘୋଷାଡି ନେଇଥିଲା । ଏଥିରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ  ଘଟିଥିଲା । ମୃତ ଗଜିନ୍ଦ୍ର ଜଣେ ଟାଇଲ୍ସ ମିସ୍ତ୍ରୀ ଭାବେ ସ୍ଥାନୀୟ ଅଞ୍ଚଳରେ ଲୋକପ୍ରିୟ ଥିଲେ।  ତାଙ୍କ ମୃତ୍ୟୁ ଖବର ଶୁଣି ଆଖପାଖର ଲୋକେ ଘଟଣାସ୍ଥଳରେ ରୁଣ୍ଡ ହେବା ସହ ପରିବାରକୁ କ୍ଷତିପୂରଣ ଓ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରିବା ଦାବିରେ ୬ ନମ୍ବର ରାଜ୍ୟ ରାଜପଥ ଅବରୋଧ କରିଥିଲେ । ଫଳରେ ଦୀର୍ଘ ସମୟ ଯାଏଁ ରାସ୍ତାର ଉଭୟ ପାଶ୍ୱର୍ରେ ଶହ ଶହ ଯାନବାହନ ଅଟକି ରହିଥିଲା ।

ଏ ସଂପର୍କରେ ଖବର ପାଇ ବିଶ୍ୱନାଥପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ସନ୍ଧ୍ୟା ୮ଟାରେ ରାସ୍ତା ଅବରୋଧ ହଟିଥିଲା । ଏନେଇ ବିଶ୍ୱନାଥପୁର ଥାନାରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡିଛି । ଆସନ୍ତାକାଲି ଶବ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ସୂତ୍ରରୁ ଜଣାପଡିଛି ।

   Related Posts