Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ବିପର୍ଯ୍ୟୟ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତିସଂଘର ପ୍ରଶଂସା

30/05/2021 at 11:00 AM

ନୂଆଦିଲ୍ଲୀ ୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜାତିସଂଘର ପ୍ରଶଂସା । ବିପର୍ଯ୍ୟୟ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତିସଂଘ ପକ୍ଷରୁ ପ୍ରଶଂସା କରାଯାଇଛି । ବିପର୍ଯ୍ୟୟ ପରିଚାଳନାରେ ମଧ୍ୟ ଓଡିଶା ରୋଲ୍ ମଡେଲ୍ ହୋଇଛି । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲକ୍ଷାଧିକ ଲୋକଙ୍କ ଜୀବନ ବଞ୍ଚାଇ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରାଯାଇଛି ।

ଟାଇମ୍ସ ଅଫ୍ ଇଣ୍ଡିଆର ରିପୋର୍ଟ ଅନୁସାରେ, ଜାତିସଂଘ ମୁଖ୍ୟ ମାମି ମିଜୁଟୋରି କହିଛନ୍ତି ଯେ, ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପଦକୁ ବୁଝିବା ସହ ତାହାର ସାମ୍ନା କରିବାକୁ କିଭଳି ଦୃଢ ପଦକ୍ଷେପ ଗ୍ରହଣ କରାଯିବ, ପ୍ରାକ୍ ପ୍ରସ୍ତୁତି ଉପରେ କିଭଳି ଅଧିକ ଗୁରୁତ୍ବ ଦିଆଯିବ ସେ ଦିଗରେ ଓଡିଶା ଉଦାହରଣ ସୃଷ୍ଟି କରିଛି ।

ମିଜୁଟୋରୀ ଆହୁରି ମଧ୍ୟ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପର୍ଯ୍ୟୟ ପରିଚାଳନା ପାଇଁ ଆବଶ୍ୟକ ରାଜନୈତିକ ପ୍ରତିବଦ୍ଧତା ମଧ୍ୟ ପ୍ରଦାନ କରିଛି । ୧୯୯୯ ମହାବାତ୍ୟାରେ ଓଡିଶାରେ ପ୍ରାୟ ୧୦ହଜାର ଲୋକଙ୍କର ମୃତ୍ୟୁ ହୋଇଥିଲା । ଏପର୍ଯ୍ୟନ୍ତ ଏହାର କେବେ ପୁନରାବୃତ୍ତି ଘଟିନାହିଁ ।

ଉଲ୍ଲେଖଯୋଗ୍ୟ ଯେ, ୨୦୧୩ ମସିହାରେ ବାତ୍ୟା ‘ଫାଇଲିନ୍’ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରିଚାଳନାକୁ UNDRR ପ୍ରଶଂସା କରିଥିଲା । ଗତ ସପ୍ତାହରେ ବାତ୍ୟା ‘ୟାସ୍’ ସମୟରେ ଓଡିଶାର ପ୍ରାୟ ୭ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା ।

   Related Posts