Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ : ଦାଦାର ଟାଙ୍ଗିଆ ଚୋଟରେ ପୁତୁରା ମୃତ

28/01/2021 at 4:23 PM

ମୋହନା ୨୮।୧: ସାମାନ୍ୟ ବଚସାରୁ ପୁତୁରାକୁ ଟାଙ୍ଗିଆରେ ହାଣିଦେଲା ଦାଦା । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା କମଳାପୁର ଗାଁରେ । ମୋହନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ଦାଦା ଭୂଷଣ ନାୟକକୁ ଅଟକ ରଖି ପଚରା ଉଚରା କରୁଛି ।

ସୂଚନାଯୋଗ୍ୟ ଯେ, କମଳାପୁର ଗାଁର ଭୂଷଣ ନାୟକ ଓ ବିଶ୍ବନାଥ ନାୟକ ଉଭୟ ସଂପର୍କରେ ଦାଦା ପୁତୁରା । ବୁଧବାର ରାତି ପ୍ରାୟ ୯ଟାରେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ସେହି ସମୟରେ ବିଶ୍ବନାଥ ଏକ କାଠ ଫାଳିଆରେ ଭୂଷଣକୁ ଆକ୍ରମଣ କରିବା ବେଳେ ଭୂଷଣ ଟାଙ୍ଗିଆରେ ବିଶ୍ବନାଥଙ୍କ ବେକକୁ ଚୋଟ ପକାଇଥିଲା । ଫଳରେ ବିଶ୍ବନାଥ ଗୁରୁତର ହୋଇଥିଲେ । ଗାଁ ଲୋକେ ପ୍ରଥମେ ତାଙ୍କୁ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତି କରିଥିଲେ । ତେବେ ଅବସ୍ଥା ଗୁରୁତର  ହେବାରୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ବିଶ୍ଵନାଥକୁ ମୃତ ଘୋଷଣା କରିଥିଲେ ଡାକ୍ତର ।

ଖବର ପାଇ ମୋହନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ଦାଦା ଭୂଷଣ ନାୟକକୁ ଅଟକ ରଖି ପଚରା ଉଚରା କରୁଛି । ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts