ଚୌଦ୍ବାର ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

Published By : Prameya-News7 Bureau | December 09, 2019 IST

ଚୌଦ୍ବାର ୯।୧୨: କଟକ ଚୌଦ୍ବାର ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ନୟାଗଡ଼ ଅଂଚଳର ଦେବପ୍ରକାଶ ବେହେରା । ଜେଲ ମଧ୍ୟରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଦେବପ୍ରକାଶଙ୍କୁ ଉଦ୍ଧାର କରାଯାଇଥିଲା । ତାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.