Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ବୁଧବାର ବସୁଛି କେନ୍ଦ୍ର କ୍ୟାବିନେଟ୍‌ର ଗରୁତ୍ବପୂର୍ଣ୍ଣ ବୈଠକ, ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଉପରେ ହୋଇପାରେ ଆଲୋଚନା

23/06/2021 at 9:45 AM

ନୂଆଦିଲ୍ଲୀ ୨୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସିବ । ଏହି ବୈଠକ ଦିନ ୧୧ଟାରୁ ଆରମ୍ଭ ହେବ । କେନ୍ଦ୍ର କ୍ୟାବିନେଟର ସମ୍ପ୍ରସାରଣ ନେଇ ଚାଲିଥିବା ଆଲୋଚନା ମଧ୍ୟରେ ଏହି ବୈଠକ ଅନୁଷ୍ଠିତ ହେଉଚି । ଏହି କାରଣରୁ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଉଛି । ସମସ୍ତଙ୍କ ନଜର ଏହି ବୈଠକ ଉପରେ ରହିଛି । ସୂତ୍ର ଅନୁସାରେ ଚଳିତ ମାସ ଶେଷ ସୁଦ୍ଧା ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ହୋଇପାରେ ।

୨୦୧୯ରେ ପୁଣି ଥରେ ଏନଡିଏ ସରକାର ଗଠନ ହେବା ପରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କରାଯାଇ ନାହିଁ । ଶିବସେନା ଏବଂ ଶିରୋମଣୀ ଅକାଳୀ ଦଳ ଏନଡିଏ ଛାଡିବା ଏବଂ ଏଲଜେପି କୋଟାରୁ ରାମ ବିଳାସ ପାଶୱାନଙ୍କ ପରଲୋକ ଯୋଗୁଁ ମନ୍ତ୍ରିମଣ୍ଡଳରେ ସ୍ଥାନ ଖାଲି ରହିଛି । ଏହି କାରଣରୁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପାଇଁ ଦାବି ହେଉଛି ।

ନିକଟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ସରକାର ଏବଂ ନେତାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବୈଠକ ହୋଇଥିଲା । ଯେଉଁଥିରେ ବର୍ତ୍ତମାନର ମନ୍ତ୍ରୀମାନଙ୍କର କାର୍ଯ୍ୟର ସମୀକ୍ଷା କରାଯାଇଥିଲା । ନୂଆ ସଦସ୍ୟ ଚୟନ ଉପରେ ମଧ୍ୟ ବିଚାର କରାଯାଇଥିଲା । ସୂତ୍ର ଅନୁସାରେ ମନ୍ତ୍ରୀମଣ୍ଡଳରେ ଦୁଇଟି ବିଷୟ ଉପରେ ବିଶେଷ ଧ୍ୟାନ ଦିଆଯାଉଛି । ପ୍ରଥମ ୨୦୨୨ରେ ଉତ୍ତରପ୍ରଦେଶ ସମେତ ୬ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ । ଦ୍ବିତୀୟରେ ଏନଡିଏକୁ ବୃଦ୍ଧି କରିବା ଉପରେ ଗୁରୁତ୍ବ ଦିଆଯାଉଛି । କୁହାଯାଉଛି ଯେ, ଉତ୍ତରପ୍ରଦେଶରୁ ୩, ଉତ୍ତରାଖଣ୍ଡରୁ ଜଣେ, ଗୁଜୁରାଟରୁ ଜଣେ, ଗୋଆରୁ ଜଣେ, ହିମାଚଳ ପ୍ରଦେଶରୁ ଜଣେ ଏବଂ ପଞ୍ଜାବରୁ ଜଣେ ନୂଆ ସଦସ୍ୟଙ୍କୁ କେନ୍ଦ୍ର କ୍ୟାବିନେଟରେ ସୁଯୋଗ ମିଳିପାରେ ।

   Related Posts