Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଆଜି ଲଞ୍ଚ ହେବ ‘ନିପୁଣ ଭାରତ’, ଜାତୀୟରୁ ଆରମ୍ଭ କରି ବ୍ଲକ ସ୍ତରର ଛାତ୍ରଛାତ୍ରୀ ହେବେ ଉପକୃତ

5/07/2021 at 8:55 AM

ନୂଆଦିଲ୍ଲୀ ୫/୭ : ଆଜି ନିପୁଣ ଭାରତର ଶୁଭାରମ୍ଭ କରିବେ ଦିନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ. ରମେଶ ପୋଖରିଆଲ୍‌ ନିଶଙ୍କ । ମଧ୍ୟାହ୍ନ ୧୨ଟାରେ ନ୍ୟାସନାଲ୍‌ ଇନିସିଏଟିଭ୍‌ ଫର ପ୍ରୋଫିସିଏନ୍ସି ଇନ ରିଡିଂ ୱିଥ୍‌ ଅଣ୍ଡରଷ୍ଟାଣ୍ଡିଂ ଆଣ୍ଡ ନ୍ୟୁମେରାସି ବା ନିପୁଣ ଭାରତର ଶୁଭାରମ୍ଭ କରିବେ । ଏହି ଅବସରରେ ‘ନିପୁଣ ଭାରତ’ ସମ୍ପର୍କିିତ ଏକ କ୍ଷୁଦ୍ର ଭିଡିଓ, ସଂଗୀତ ଏବଂ ନିର୍ଦ୍ଦେଶାବଳୀ ମଧ୍ୟ ଜାରି ହେବ । ୨୦୨୦ ଜୁଲାଇ ୨୯ରେ ଆରମ୍ଭ ହୋଇଥିବା ନୂଆ ଜାତୀୟ ଶିକ୍ଷାନୀତି ଅନ୍ତର୍ଗତ ଏହା ଏକ ନୂଆ ଯୋଜନା ।

ଯାହାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଓ ଶିକ୍ଷା ତଥା ସାକ୍ଷରତା ବିଭାଗ ଦ୍ୱାରା ପରିଚାଳନା କରାଯିବ ବୋଲି ମନ୍ତ୍ରୀ ଡ. ନିଶଙ୍କ ଟୁଇଟ୍‌ରେ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ବିଦ୍ୟାଳୟ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ ତଥା ବିଭିନ୍ନ ଶିକ୍ଷାନୁଷ୍ଠାନର ମୁଖ୍ୟ, ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଅଂଶଗ୍ରହଣ କରିବେ । ସୂଚନା ଥାଉକି, ଜୁଲାଇ ୨୯, ୨୦୨୦ ରେ ପ୍ରକାଶିତ ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା ପାଇଁ ନିଆଯାଇଥିବା ପଦକ୍ଷେପଗୁଡ଼ିକର ଏକ ଅଂଶ ।

   Related Posts