Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ବାଗ୍‌ଚି ଦମ୍ପତ୍ତିଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ସୁବ୍ରତୋ-ସୁସ୍ମିତା ଦେବେ ୩୪୦ କୋଟି ଟଙ୍କା

12/04/2021 at 7:45 PM

ଭୁବନେଶ୍ବର ୧୨/୦୪ : ଭୁବନେଶ୍ବରରେ ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ କ୍ୟାନସର ହସ୍ପିଟାଲ ଓ କେୟାର ସେଣ୍ଟର । ଏ ନେଇ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଥିବା ବେଳେ ସହଯୋଗ କରିବେ ଉଦ୍ୟୋଗପତି ସୁବ୍ରତୋ ବାଗଚୀ ଏବଂ ତାଙ୍କ ପତ୍ନୀ ସୁସ୍ମିତା ବାଗଚି । ବାଗଚି ଦମ୍ପତ୍ତି ମୋଟ ୪୩୦ କୋଟି ଟଙ୍କାର ସହାୟତା ଯୋଗାଇଦେବେ ।

ବାଗଚି ଦମ୍ପତ୍ତିଙ୍କର ଏଭଳି ମହତ କାମ ପାଇଁ ଉଭୟଙ୍କୁ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ‘ଆଜି ଏକ ଖୁସିର ଦିନ । ଆଦରଣୀୟ ସୁବ୍ରତୋ ବାଗଚି ଓ ସୁସ୍ମିତା ବାଗଚିଙ୍କ ସହ କଥା ହୋଇ କୃତଜ୍ଞତା ଜ୍ଞାପନ କରିବା ସହ ଧନ୍ୟବାଦ ଦେଲି । ଓଡ଼ିଶାର ଏହି ଦମ୍ପତ୍ତି ଭୁବନେଶ୍ୱରରେ କ୍ୟାନସର ହସ୍ପିଟାଲ ଓ ଏକ କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ୩୪୦ କୋଟି ଟଙ୍କା ନିଜସ୍ୱ ପାଣ୍ଠିରୁ ଦାନ କରିବା ପାଇଁ ଘୋଷଣା କରିଛନ୍ତି ।

ଓଡ଼ିଶାର ଏହି ସୁନାମ ଧନ୍ୟ ଦମ୍ପତ୍ତି ରାଜ୍ୟର ଅନନ୍ୟ ସେବା ପରମ୍ପରାରେ ଏକ ନୂଆ ଫର୍ଦ୍ଦ ଯୋଡ଼ିଛନ୍ତି । ଉତ୍କଳମଣି ଗୋପବନ୍ଧୁ ଦାସ ଏବଂ କଟକର ବାଇମୁଣ୍ଡିଙ୍କ ଉଚ୍ଚ ପରମ୍ପରାକୁ ଆଗେଇ ନେଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା ତାଙ୍କ ଜୀବନ କୁସୁମିତ ହେଉ ଏବଂ ଏହି ମହତ କାମ ଓଡ଼ିଶାବାସୀଙ୍କୁ ପ୍ରେରିତ କରିବ ।

   Related Posts