Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଭାରତର ଷ୍ଟିଲ୍ ହବ୍ ହେବ ଓଡିଶା : ଧର୍ମେନ୍ଦ୍ର ପ୍ରଧାନ

8/06/2019 at 1:16 PM

ପୁରୀ ୮|୬: ଭାରତର ଷ୍ଟିଲ ହବ୍ ହେବ ଓଡିଶା । କ୍ଷୁଦ୍ର ଓ କୁଟୀର ଶିଳ୍ପର ପୁନରୁଦ୍ଧାର ହେବ । ରାଜ୍ୟ ସରକାରଙ୍କ ସହଯୋଗରେ ଏ ସମସ୍ତ ଯୋଜନା ହେବ ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ ଓଡିଆ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ । ଦ୍ବିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରରେ ସରକାର ଗଠନ କରିବା ପରେ ତାଙ୍କ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ସ୍ଥାନ ପାଇଥିବା ଏହି ଦୁଇଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ଆଜି ପ୍ରଥମ ଥର ପାଇଁ ଓଡ଼ିଶା ଆସିଛନ୍ତି । ଏହାପରେ ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ଧର୍ମେନ୍ଦ୍ର ଓ ପ୍ରତାପ ।

ଦୁଇ କେନ୍ଦ୍ରମନ୍ତ୍ରୀ ପ୍ରଥମେ ବିମାନ ବନ୍ଦରରେ ପହଂଚିବା ପରେ ଦଳ ତରଫରୁ ତାଙ୍କୁ ବିଶାଳ ପଟ୍ଟୁଆରରେ ସ୍ୱାଗତ କରାଯାଇଥିଲା । ଦଳୀୟ କର୍ମୀ, ନାଚ, ଗୀତ ଓ ବାଜାରେ କମ୍ପି ଉଠିଥିଲା ବିମାନ ବନ୍ଦର ପରିସର । ବଲାଙ୍ଗୀର ସାଂସଦ ବସନ୍ତ ପଣ୍ଡା, ଅପରାଜିତା ଷଡ଼ଙ୍ଗୀ, ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତି, ପ୍ରଭାରୀ ଅରୁଣ ସିଂହ ପ୍ରମୁଖ ବିମାନ ବନ୍ଦରରେ ସେମାନଙ୍କୁ ସ୍ବାଗତ କରିଥିଲେ । ସେହିପରି ଅପରାହ୍ନରେ ଭୁବନେଶ୍ବର ପ୍ରର୍ଦଶନୀ ପଡିଆରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଉଭୟ ମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି  ।

   Related Posts