Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଅନୁଗୋଳ ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜିନ୍ଦଲ ପ୍ଲାଣ୍ଟ ପରିସରରେ କୋଭିଡ୍ କେୟାର ସେଣ୍ଟରର କରିବେ ଲୋକାର୍ପଣ

1/06/2021 at 9:19 AM

ଅନୁଗୋଳ ୧।୬: ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁଗୋଳ ଗସ୍ତ କାର୍ଯ୍ୟକ୍ରମ ରହିଛି । ସକାଳ ୧୦ଟାରେ ଅନୁଗୋଳ ଜିନ୍ଦଲ ହେଲିପ୍ୟାଡରେ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ । ଏହାପରେ ଜିନ୍ଦଲ ପ୍ଲାଣ୍ଟ ପରିସରରେ ନିର୍ମିତ ୨୭୦ ବେଡ଼ ବିଶିଷ୍ଟ କୋଭିଡ୍ କେୟାର ସେଣ୍ଟରର ଲୋକାର୍ପଣ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି କୋଭିଡ୍ କେୟାର ସେଣ୍ଟରର ୨୭୦ ବେଡ଼ରେ ସମ୍ପୂର୍ଣ୍ଣ ଭାବେ ଅକ୍ସିଜେନ ସଂଯୋଗ ରହିବ ।

ଏହାପରେ ବଳରାମ ପ୍ରସାଦଠାରେ ଥିବା ESI କୋଭିଡ୍ ହସ୍ପିଟାଲ ବୁଲିବାର କାର୍ଯ୍ୟକ୍ରମ ରହିଛି । ମଧ୍ୟାହ୍ନରେ ତାଳଚେର କୋଭିଡ୍ ହସ୍ପିଟାଲ ବୁଲି ଦେଖିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ତାଳଚେର କୋଭିଡ୍ ହସ୍ପିଟାଲ MCL ସହାୟତାରେ ସମ୍ ହସ୍ପିଟାଲ ଦ୍ବାରା ପରିଚାଳିତ ହେଉଛି ।

ଏହାପରେ କୋଭିଡ୍ ନିୟନ୍ତ୍ରଣ ପାଇଁ କ’ଣ କ’ଣ ପଦକ୍ଷେପ ନିଆଯାଇ ପାରିବ ସେ ବିଷୟରେ ସ୍ଥାନୀୟ ପ୍ରଶାସନ ସହ ସବିଶେଷ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ମଧ୍ୟ ଉପସ୍ଥିତ ରହିବେ ।

   Related Posts