Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଧୈର୍ଯ୍ୟ ଓ ସାହସର ସହ ବାତ୍ୟାକୁ ମୁକାବିଲା କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

3/12/2021 at 4:20 PM

ଭୁବନେଶ୍ବର ୩।୧୨: ସମ୍ଭାବ୍ୟ ବାତ୍ୟା ‘ଜୱାଦ’ ପାଇଁ ପ୍ରଶାସନ ଦ୍ବାରା ଜାରି ହୋଇଥିବା ସତର୍କ ସୂଚନାକୁ ପାଳନ କରିବା ସହ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାର ମୁକାବିଲା କରିବା ପାଇଁ ପ୍ରଭାବିତ ଜିଲ୍ଲାବାସୀଙ୍କୁ ଟ୍ବିଟ୍ ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  କୋନ୍ଦ୍ରମନ୍ତ୍ରୀ ଟ୍ବିଟ୍ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ଭାରତ ସରକାର ସମ୍ଭାବ୍ୟ ବାତ୍ୟା ‘ଜୱାଦ’ର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ଓଡ଼ିଶା ସମେତ ପ୍ରଭାବିତ ଅଂଚଳର ନାଗରିକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତରଣ କରିବା ଉପରେ ଗୁରୁତ୍ବ ଦିଆଯାଇଛି । ବାତ୍ୟାର ମୁକାବିଲା ପାଇଁ ସମସ୍ତ ମନ୍ତ୍ରଣାଳୟ ଏବଂ ସଂସ୍ଥା ଗୁଡ଼ିକ ମିଳିତ ଭାବେ କାମ କରିବା ପାଇଁ ପ୍ରସ୍ତୁତ ଅଛନ୍ତି । ବାତ୍ୟା ସମୟରେ ବିଦ୍ୟୁତ ଯୋଗାଣ, ଟେଲି ଯୋଗାଯୋଗ, ବିଶୁଦ୍ଧ ପାନୀୟ ଜଳ ସହ ଅତ୍ୟାବଶ୍ୟକ ସାମଗ୍ରୀ ଆଦି ବିଭିନ୍ନ ଜରୁରୀ ସେବାକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ପ୍ରାକୃତିକ ବିପତି ସମୟରେ ଓଡ଼ିଶାର ଭାଇ ଭଉଣୀ ଓ ଗୁରୁଜନମାନଙ୍କୁ ଅନୁରୋଧ, ସମସ୍ତେ ପ୍ରଶାସନ ଦ୍ବାରା ଜାରି କରାଯାଇଥିବା ସତର୍କ ସୂଚନାକୁ ପାଳନ କରିବା ଏବଂ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାକୁ ମୁକାବିଲା କରିବା । ‘ଜୱାଦ’ ପ୍ରଭାବରେ କାହାର କୌଣସି କ୍ଷତି ନ ହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ।

   Related Posts