ବାଲେଶ୍ବରର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ବାତ୍ୟା ପୀଡିତଙ୍କୁ ଭେଟିବେ

Published By : Prameya-News7 Bureau | May 31, 2021 IST

ଭୁବନେଶ୍ୱର ୩୧।୦୫: ଆଜି ଆକାଶମାର୍ଗରୁ ବାଲେଶ୍ବର ଜିଲ୍ଲାର ବାତ୍ୟା ପ୍ରଭାବିତ ଅଞ୍ଚଳ ଦେଖିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆକାଶମାର୍ଗରୁ ବାଲେଶ୍ବର ଜିଲ୍ଲାର ସିମୁଳିଆ, ସୋର, ବାହାନଗା ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବେ ।

ଆକାଶମାର୍ଗରୁ ସ୍ଥିତି ପରଖିବା ପରେ ଦିନ ୧୦ ଟାରେ ତ୍ରିକୋଣିଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଚାରିଗୋଛିଆ, ସାରଥା ଗ୍ରାମପଞ୍ଚାୟତର ମୁହାଣ ତଥା ଅନ୍ୟାନ୍ୟ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିବା ସହ ବିପନ୍ନଙ୍କ ସହ କଥା ହେବେ । ସେହିପରି ଗତକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଜଗତସିଂହପୁର ଜିଲ୍ଲାର ପାରାଦୀପ, କେନ୍ଦ୍ରାପଡ଼ା ଜିଲ୍ଲାର ଆଳି ଓ ରାଜନଗର, ଭଦ୍ରକ ଜିଲ୍ଲାର ବାସୁଦେବପୁର, ଚାନ୍ଦବାଲି ଏବଂ ଧାମରା ଅଞ୍ଚଳ ପରିଦର୍ଶନ କରିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.