Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଜଗତସିଂହପୁର ଗସ୍ତ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହରେ ଦେବେ ଯୋଗ

25/12/2020 at 8:32 AM

ଜଗତସିଂହପୁର୨୫/୧୨:  ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି।  ଜିଲ୍ଲାର ଏରସମା ବ୍ଲକ ଜପା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଙ୍କ ଜୟନ୍ତୀ ସମାରୋହ ପାଳନ ସହ ବାଜପେୟୀଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କାର୍ଯ୍ୟକ୍ରମ ରହିଛି। ଏହି ସମାରୋହରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ।  ତାଙ୍କ ସହିତ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସମ୍ପାଦକ ତଥା ମୟୂରଭଞ୍ଜ ସାଂସଦ ବିଶେଶ୍ବର ଟୁଡୁ ଓ ବହୁ ବରିଷ୍ଠ ନେତାମାନଙ୍କ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଏଥି ନିମନ୍ତେ ଆୟୋଜକ ଭାରତରତ୍ନ ଅଟଳବିହାରୀ ବାଜପେୟୀ ସ୍ମୃତି ପରିଷଦ,ଏରସମା  ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ଦେଖିବାକୁ ମିଳିଛି।ବାଜପେୟୀଙ୍କ ଏକ ପ୍ରତିମୂର୍ତ୍ତି ଜପା ବଜାରରେ କେନ୍ଦ୍ରମନ୍ତ୍ରୀଙ୍କ ଦ୍ବାର ଉନ୍ମୋଚନ  କରାଯିବ। ପୂର୍ବାହ୍ନ ୧୧ ଘଟିକାରେ ପ୍ରତିମୂର୍ତ୍ତି ଉନ୍ମୋଚନ, ସାଧାରଣସଭା, ଓ ସୁଶାସନ ଦିବସ ପାଳନ କରାଯିବାକୁ ଥିବା ବେଳେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଶ ଉଦ୍ଦେଶ୍ୟରେ ଅଭିଭାଷଣକୁ ମଞ୍ଚରୁ ଏଲିଡି ମାଧ୍ୟମରେ ପ୍ରସାରଣ କରିବାକୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

   Related Posts