Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ନିର୍ବାଚନୀ ସଭାରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ ପ୍ରତିଶ୍ରୁତି : ‘ବାଲେଶ୍ବର ହେବ ରୋଜଗାରର ପେଣ୍ଠସ୍ଥଳୀ’

24/10/2020 at 1:33 PM

ବାଲେଶ୍ବର ୨୪।୧୦: ପାଖେଇ ଆସୁଛି ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ । ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାରରେ ଲାଗିପଡିଛନ୍ତି ଦଳୀୟ ନେତା । ଉପନିର୍ବାଚନ ପାଇଁ ଜମିଲାଣି ପ୍ରଚାର । ପ୍ରଚାର ମୈଦାନଙ୍କୁ ଓହ୍ଲାଇଛନ୍ତି ତିନି ପ୍ରମୁଖ ଦଳ ହେଭିଓ୍ବେଟ୍ । ଏହି ସହୟରେ ବାଲେଶ୍ବର ସଦର ଉପନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ।

ଶନିବାର ବାଲେଶ୍ବର ରୁପସାରେ ଏକ ରାଜନୈତିକ ସଭାକୁ ସମ୍ବୋଧନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦଳୀୟ ପ୍ରାର୍ଥୀ ମାନସ ଦତ୍ତଙ୍କ ପାଇଁ ଧର୍ମେନ୍ଦ୍ର ପ୍ରଚାର କରିଛନ୍ତି । ମାନସ ଦତ୍ତଙ୍କୁ ଭୋଟ୍ ଦେବାପାଇଁ ଭୋଟରଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର । ଏହି ଉପନିର୍ବାଚନର ପ୍ରସଙ୍ଗ ବାଲେଶ୍ବରର ବିକାଶ ବୋଲି ସେ କହିଛନ୍ତି ।

ବାଲେଶ୍ବର ରୋଜଗାରର ପେଣ୍ଠସ୍ଥଳୀ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି । ରାଜ୍ୟ ସରକାରଙ୍କୁ ସିଧାସଳଖ ଟାର୍ଗେଟ୍ କରିଛନ୍ତି ଧର୍ମେନ୍ଦ୍ର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟଙ୍କା ଦେଇଛନ୍ତି ହେଲେ ଓଡିଶାରେ କାମ ହେଉନାହିଁ । ବାଲେଶ୍ବର ପାଇଁ ୮ ମାସରେ ହଜାରେ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ । କିନ୍ତୁ ତାର ସଠିକ୍ ଉପଯୋଗ ହେଉନାହିଁ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ମାଗଣା ଚାଉଳ, ଡ଼ାଲି, ଉଜ୍ବଳା ଯୋଜନାରେ ଗ୍ୟାସ ଓ ଅନ୍ୟାନ୍ୟ ଆର୍ଥିକ ସହାୟତା ଦିଆଯାଇଛି । ଖାଦ୍ୟ ପ୍ରକ୍ରିୟାକରଣ ପ୍ଲାଣ୍ଟ ବାଲେଶ୍ବରରେ ହେବାର ଥିଲା କିନ୍ତୁ ତାହା ଡେରାସରେ କାହିଁକି ହେଲା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଶ୍ନ ଉଠାଇଛନ୍ତି ।

ବାଲେଶ୍ବରବାସୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂପର୍କ ଯୋଡି ହୋଇ ରହିଛି । ବାଲେଶ୍ବରବାସୀ ପଦ୍ମ ଫୁଲରେ ଭୋଟ୍ ଦେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତ ମୁଠାକୁ ଟାଣ କରନ୍ତୁ ବୋଲି ପ୍ରଚାର ସଭାରେ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି ।

   Related Posts