Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ପୋଲିସକୁ ବଡ ଧରଣର ସଫଳତା, ଅବୈଧ ଅସ୍ତ୍ରଶସ୍ତ୍ର ସହ ୨ଜଣ ଗିରଫ
  • ||
  • ଗଣତନ୍ତ୍ର ଦିବସରେ ୩୮୪ଜଣଙ୍କୁ ମିଳିବ ବୀରତା ପୁରସ୍କାର, ଘୋଷଣା କଲେ ରାଷ୍ଟ୍ରପତି
  • ||
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||

ଆଜି ପାରାଦୀପ ଗସ୍ତରେ ଆସିବେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରଏ

14/07/2019 at 11:59 AM

ପାରାଦୀପ ୧୪|୭: ଆଜି ପାରାଦୀପ ଆସିବେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରଏ।  ଅପରାହ୍ନରେ ୩ଟାରେ ପହଞ୍ଚି ସେ ସିଧାସଳଖ ସାମୁଦ୍ରିକ ଥାନାକୁ ଯିବେ। ସେଠାରେ ସେ ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ସମେତ ଥାନାର ଅନ୍ୟ କର୍ମଚାରୀଙ୍କ ସହ ଆଲୋଚନା କରିବେ। ସେହିପରି ମାଛ ଧରା ବନ୍ଦରକୁ ଯାଇ ମଧ୍ୟ ମତ୍ସ୍ୟଜୀବୀମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ପାରାଦୀପକୁ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ହଠାତ୍ ଗସ୍ତ ଓ ସାମୁଦ୍ରିକ ଥାନା ପୋଲିସ ସହ ଆଲୋଚନା ଘଟଣାକୁ ଗୁରୁତ୍ବର ସହ ଗ୍ରହଣ କରାଯାଉଛି। ଏଥିପାଇଁ ପାରାଦୀପ ବନ୍ଦର ନ୍ୟାସ ଓ ଜିଲ୍ଲା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ପାରାଦୀପ ବନ୍ଦର ଦେଶରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହା ସହ ସମୁଦ୍ର ତଟରେ ସୁରକ୍ଷା ବ୍ୟବସ୍ଥା କେମିତି ରହିଛି, ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀ ତଦାରଖ କରିବେ। ସମୁଦ୍ର ପଟୁ କୌଣସି ଆକ୍ରମଣ ହେଲେ ଏହାକୁ କିପରି ପ୍ରତିରୋଧ କରାଯିବ, ସେଥିପାଇଁ ତଟରକ୍ଷୀ ବାହିନୀ ଓ ସାମୁଦ୍ରିକ ଥାନା ପକ୍ଷରୁ ପ୍ରତ୍ୟେକ ବର୍ଷ ଏକାଧିକ ଥର ସମରାଭ୍ୟାସ କରାଯାଉଛି। ତଥାପି ଏଥିରେ ଯେପରି କୌଣସି ଊଣା ନ ରହେ, ସେଥିପାଇଁ ପ୍ରଥମ ଥର ପାଇଁ ଦେଶର ଗୃହ ରାଷ୍ଟ୍ରମନ୍ତ୍ରୀ ପାରାଦୀପକୁ ଆସୁଥିବା କୁହାଯାଉଛି ।

   Related Posts