Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||

ଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ, ଦଳୀୟ ପ୍ରାର୍ଥୀଙ୍କ ଲାଗି କରିବେ ପ୍ରଚାର

25/04/2019 at 9:25 AM

ଭୁବନେଶ୍ବର ୨୫|୪: ବିଜେପି ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବାକୁ ଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ । ଯାଜପୁର ଜିଲ୍ଲାର ବରୀ, ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଏବଂ ପୁରୀ ଜିଲ୍ଲା ନିମାପଡା ବିଧାନସଭା ଆସନରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ । ସକାଳ ୧୦ଟା ୩୦ରେ ରାଜନାଥ ଯାଜପୁର ଜିଲ୍ଲା ବରୀ ନିର୍ବାଚନମଣ୍ଡଳୀ ଗୋବିନବାଟି ପଡିଆରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ । ପରେ ୧୧ଟା ୪୫ରେ ଭଦ୍ରକ ଚାନ୍ଦବାଲିଠାରେ ଏକ ସାଧାରଣ ସଭାକୁ ସମ୍ବୋଧନ କରିବେ । ଅପରାହ୍ନରେ ନିମାପଡା ନିର୍ବାଚନ ମଣ୍ଡଳୀ ଗୋପ ବ୍ଲକର ନିଗମାନନ୍ଦ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ । ଚଳିତ ନିର୍ବାଚନରେ ଦ୍ବିତୀୟ ଥର ପାଇଁ ପ୍ରଚାର ଲାଗି ଓଡିଶା ଆସୁଛନ୍ତି ରାଜନାଥ ସିଂହ । 

   Related Posts