Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ଦୁର୍ଘଟଣାରେ କେନ୍ଦ୍ର ମନ୍ତ୍ରୀ ଶ୍ରୀପଦ ନାଏକ ଏବଂ ତାଙ୍କ ପତ୍ନୀ ଆହତ : ହସ୍ପିଟାଲରେ ଭର୍ତ୍ତି

11/01/2021 at 9:55 PM

ବେଙ୍ଗାଲୁରୁ ୧୧/୦୧ : କେନ୍ଦ୍ର ମଦନ୍ତ୍ରୀ ଶ୍ରୀପଦ ନାଏକ ଏବଂ ତାଙ୍କ ପତ୍ନୀ ସୋମବାର ଦୁର୍ଘଟଣାର ଶିକାର ହୋଇଛନ୍ତି । ସଡକ ଦୁର୍ଘଟଣାରେ କେନ୍ଦ୍ର ମନ୍ତ୍ରୀ ଶ୍ରୀପଦ ନାଏକ ଆହତ ହୋଇଥିବା ସୂଚନା ମିଳିଛି । ଅନ୍ୟ ପଟେ ତାଙ୍କ ପତ୍ନୀ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ଚିକିତ୍ସା କରୁଥିବା ଡାକ୍ତରୀ ଟିମ କହିଛନ୍ତି । ବର୍ତ୍ତମାନ ସୁଦ୍ଧା ତାଙ୍କର ହୋସ୍ ଆସିନଥିବା ସୂଚନା ମିଳିଛି ।

ଏହି ଦୁର୍ଘଟଣା କର୍ଣ୍ଣାଟକର ଉତ୍ତର କନ୍ନଡ ଜିଲ୍ଲାରେ ହୋଇଛି । କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ନାଏକ ଏବଂ ତାଙ୍କ ପତ୍ନୀ କାରରେ ଯାଉଥିଲେ । ତାଙ୍କ ଗାଡିକୁ କେଉଁ ଗାଡି ଧକ୍କା ଦେଇଛି ତାହାର ସ୍ପଷ୍ଟ ସୂଚନା ଏଯାଏ ମିଳିପାରିନାହିଁ । ତେବେ ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀ ଶ୍ରୀପଦ ନାଏକଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଅଛି ଏବଂ ସେ ଶୀଘ୍ର ଘରକୁ ଫେରିବେ ବୋଲି ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍ କହିଛନ୍ତି ।

   Related Posts