ନଦୀ ପୋଲରେ ଝୁଲୁଛି ଅଜଣା ବ୍ୟକ୍ତିଙ୍କ ଶବ

Published By : Prameya-News7 Bureau | January 02, 2020 IST

ବାରିପଦା ୨।୧: ପୋଲ ଉପରେ ଝୁଲୁଛି ଅଜଣା ଶବ । ମୃତ ବ୍ୟକ୍ତିଙ୍କ ବୟସ ପାଖାପାଖି ୫୦ ହେବ । ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।  

{"id":205629,"sizeSlug":"large"}

ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ବାରିପଦା ସହରର ବାରୁଣୀ ଶିବମନ୍ଦିର ନିକଟରେ ଥିବା ସରାଳୀ ନଦୀ ପୋଲରେ ଝୁଲନ୍ତା ଅବସ୍ଥାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳେ ସ୍ଥାନୀୟ ଲୋକେ ଶୌଚ ହେବାଲାଗି ନଦୀକୁ ଯାଇଥିବା ବେଳେ ମୃତଦେହଟିକୁ ଦେଖିଥିଲେ । ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟଲୋକ । ଖବର ପାଇ ଘଟଣାସ୍ଥଳରେ ବାରିପଦା ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ।

{"id":205630,"sizeSlug":"large"}

ମୃତ ବ୍ୟକ୍ତିଙ୍କ ବୟସ ପାଖାପାଖି ୫୦ ହେବ ବୋଲି ଅନୁମାନ କରାଯାଉଛି । ତାଙ୍କ ପରିଚୟ ସ୍ପଷ୍ଟ ଭାବେ ଜଣାପଡିନାହିଁ । ତେବେ ମୃତ ବ୍ୟକ୍ତି ଜଣଙ୍କ ପୋଲର ବାଡାରେ ଏକ ରଶି ବାନ୍ଧି ପୋଲ ତଳକୁ ଡେଇଁ ପଡିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.