କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | October 31, 2019 IST

ଅନୁଗୋଳ ୩୧।୧୦: କେନାଲରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା ତାଳଚେର ବାଇପାସ ନିକଟ କେନାଲରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହଟି କେନାଲରେ ଭାସୁଥିବାର ଦେଖି ଲୋକମାନେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।ତେବେ ତାଙ୍କୁ କେହି ହତ୍ୟା କରି କେନାଲରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.