Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ନାଳ ଭିତରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

24/12/2018 at 12:32 PM

ପୁରୀ ୨୪|୧୨: ପୁରୀ କୁମ୍ଭାରପଡ଼ା ଥାନା ଅଞ୍ଚଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ଦତ୍ତତୋଟା ଅଞ୍ଚଳରୁ ଏକ ନାଳ ଭିତରେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇ ବ୍ୟବଛେଦ ପାଇଁ ପଠାଯାଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି ପୋଲିସ ।

ତେବେ ପୁରୀ ସହରରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଥିବା ସାଧାରଣରେ ଚର୍ଚ୍ଚା ହେଉଛି । ଗତ ୨୨ତାରିଖରେ ପୁରୀ ରେଡକ୍ରସ୍ ପେ।ଲିସ ଲାଇନ ସ୍କୁଲ ନିକଟରୁ ମୃତଦେହ ଉଦ୍ଧାର ହୋଇଥିଲା । । କିଛି ଦିନ ପୂର୍ବରୁ ରେଲଓ୍ବେ କଲୋନୀରେ ଡାକ୍ତର ପତ୍ନୀଙ୍କୁ ହତ୍ୟା ମଧ୍ୟ କରାଯାଇଥିଲା । ଏହି ଘଟଣା ଆଜି ଆଉ ଏକ ମୃତଦେହ ଜବତ ଘଟଣା ସାଧାରଣ ଲୋକଙ୍କ ମନରେ ଭୟର ବାତାବରଣ ସୃଷ୍ଟି କରିଛି ।

   Related Posts