ନଦୀରେ ଭାସୁଥିବା ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | September 24, 2019 IST

ପଟ୍ଟାମୁଣ୍ଡାଇ ୨୪।୯: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ନିମପୁର ଗାଁ ବ୍ରାହ୍ମଣୀ ନଦୀ ଘାଟ ନିକଟରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

{"id":161804}

ଆଜି ସକାଳୁ ମହିଳାଙ୍କ ଶବଟି ଭାସୁଥିବାର ସ୍ଥାନୀୟ ଲୋକେ ଦେଖିଥିଲେ । ପରେ ଲୋକମାନେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ତେବେ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ । କେମିତି ମହିଳାଙ୍କ ମୃତ୍ୟୁ ହେଲା ତାହା ମଧ୍ୟ ସ୍ପଷ୍ଟ ହୋଇପାରିନାହିଁ । ତେବେ ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଇଛି । ପଟ୍ଟାମୁଣ୍ଡାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.