ଜଙ୍ଗଲ ଭିତରୁ ମିଳିଲା ଅଜଣା ଯୁବତୀଙ୍କ ମୃତଦେହ, ହତ୍ୟା ସନ୍ଦେହ

Published By : Prameya-News7 Bureau | January 20, 2022 IST

କରଞ୍ଜିଆ ୨୦।୧: ଜଙ୍ଗଲ ଭିତରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର । ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଘଟଣା । ତେବେ ଯୁବତୀଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।  

ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଖଣ୍ଡବନ୍ଧ ପଞ୍ଚାୟତ ସରବାଳି ସାହି ପାଖ ଜଙ୍ଗଲରୁ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତେବେ ଯୁବତୀଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ କରଞ୍ଜିଆ ଏସଡିପିଓ ଏବଂ ଠାକୁରମୁଣ୍ଡା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ଯୁବତୀ ଜଣଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.