Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ରାସ୍ତାକଡରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର, ଫିଙ୍ଗିଦେଇଥିଲେ ଦୁଇ ଯୁବକ

27/01/2021 at 10:46 AM

ଯାଜପୁର ୨୭।୧: ରାସ୍ତାକଡରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀଙ୍କୁ ଦୁଇ ଜଣ ଯୁବକ ଫିଙ୍ଗିଦେଇ ଚାଲିଯାଇଥିବା ଦେଖିବାକୁ ମିଳିଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର ପଞ୍ଚାୟତ ମୂଳାପାଳ ଦିଆଲଖଣ୍ଡି ରାସ୍ତା କଡରୁ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ବୁଧବାର ସକାଳ ୯ଟା ବେଳେ ଦୁଇ ଜଣ ଯୁବକ ଜଣେ ଯୁବତୀଙ୍କୁ ଏକ ସ୍କୁଟିରେ ନେଉଥିବା କିଛି ପ୍ରତ୍ୟକ୍ଷଦର୍ଶୀ ଦେଖିବାକୁ ପାଇଥିଲେ । ପରେ ଉକ୍ତ ରାସ୍ତା କଡରେ ଯୁବତୀଙ୍କ ମୃତଦେହ ପଡିଥିବାର ଖବର ଆସିଥିଲା । ତେବେ ଯୁବତୀଙ୍କ ମୃତଦେହ ପାଖରେ ବ୍ୟାଗ୍ ପଡିଥିବା ବେଳେ ତାଙ୍କ ପରିଚୟ ମିଳିପାରିନାହିଁ । କୁଆଖିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଛି କି ନାହିଁ, ତାଙ୍କ ମୃତ୍ୟୁ କିପରି ହୋଇଛି ତାର ମଧ୍ୟ  ସୂଚନା ମିଳିପାରିନାହିଁ ।

   Related Posts