Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବିଲ ଭିତରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ

30/10/2021 at 2:40 PM

ପୁରୀ ୩୦।୧୦: ବିଲ ଭିତରେ ପଡିଛି ମୃତଦେହ ।  ପୁରୀ ସଦର ଥାନା ଅନ୍ତର୍ଗତ ପାଇକ ସାହି ଅଞ୍ଚଳରେ ଦେଖିବାକୁ ମିଳିଛି ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ।  ପ୍ରଥମେ ସ୍ଥାନୀୟ ଲୋକେ ଏହି ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁରୀ ସଦର ଓ ଚନ୍ଦନପୁର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହୋଇଛି ସେନେଇ ପୋଲିସ ଅନୁସନ୍ଧାନ ଚଳାଇଛି ‌।

ତେବେ ବିଲ ଭିତରେ ଏହି ବ୍ୟକ୍ତିଙ୍କୁ ହତ୍ୟା କରି କେହି ଫିଙ୍ଗିଦେଇଥିବା ସାଧାରଣରେ ସନ୍ଦେହ ସୃଷ୍ଟି କରୁଛି ।  ସେପଟେ ଏହା ହତ୍ୟା ନା ଅନ୍ୟ କିଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି। ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। 

   Related Posts