ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
13/06/2020 at 8:28 AM

ସୋର ୧୩।୬: ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର । ବିଳମ୍ବିତ ରାତିରେ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ପୋଲିସ ଘଟଣାସ୍ଥଳରେ ତଦନ୍ତ ଜାରି ରଖିଛି ।
ସୂଚନାଯୋଗ୍ୟ ଯେ, ୧୬ ନଂ ଜାତୀୟ ରାଜପଥ ତଳ ନଗର ନିକଟରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ମହିଳାଙ୍କ ମୃତଦେହ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାକୁ ନିଆଯାଇଛି ।
ବିଳମ୍ବିତ ରାତିରେ ମହିଳାଙ୍କ ମୃତଦେହ ଉଦ୍ଧାର ପରେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ମହିଳାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି ।