ଅଜଣା ଗାଡି ଧକ୍କାରେ ଯୁବକ ମୃତ, ମିଳିନି ପରିଚୟ
10/12/2020 at 12:55 PM

ଘଟଗାଁ ୧୦।୧୨: ଅଜଣା ଗାଡି ଧକ୍କାରେ ଯୁବକ ମୃତ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଲୁଘାଟି ନିକଟରେ ଘଟିଛି ଦୁର୍ଘଟଣା । ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଲୁଘାଟି ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ସେ ସାପ୍ତାହିକ ହାଟରୁ ଫେରୁଥିବା ବେଳେ ଏକ ଅଜଣା ଗାଡି ଧକ୍କା ଦେବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ପୋଲିସ ଶବକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି ।
Related Posts
ଆସିକା ପୋଲିସକୁ ବଡ ସଫଳତା, ୨୪ ଚୋରା ମୋଟର ସାଇକେଲ୍ ଜବତ, ୯ ଗିରଫ
16 January 2021