Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ରାଇରଙ୍ଗପୁର : ଗୁଣିଗାରେଡି ସନ୍ଦେହକୁ ନେଇ ହତ୍ୟାକାଣ୍ଡ : ୩ ସୁପାରୀ କିଲର ଗିରଫ
  • ||
  • ନୂଆଦିଲ୍ଲୀ : ଦୁଇ ସରକାରୀ ବ୍ୟାଙ୍କର ଘରୋଇକରଣ ପ୍ରସ୍ତାବକୁ ବିରୋଧ, ଆସନ୍ତା ୧୬ରୁ ଦୁଇ ଦିନିଆ ହରତାଳ ଚେତାବନୀ ଦେଲା ୟୁଏଫବିୟୁ
  • ||

ରାଜଧାନୀରେ କାଲିଠୁ ଖୋଲିବ ବଜାର, ମଲ୍, ରେଷ୍ଟୁରାଣ୍ଟ: ବନ୍ଦ ରହିବ ସ୍କୁଲ-କଲେଜ

13/06/2021 at 2:38 PM

ନୂଆଦିଲ୍ଲୀ ୧୩/୦୬ : ବର୍ତ୍ତମାନ ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବହୁ ମାତ୍ରାରେ ହ୍ରାସ ପାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ଠାରୁ ଅନଲକ୍ ପ୍ରକ୍ରିୟାରେ ସମସ୍ତ ବଜାର, ମଲ୍, ରେଷ୍ଟୁରାଣ୍ଟ ଖୋଲିବା ଆରମ୍ଭ କରିବ। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଦିଲ୍ଲୀରେ ସ୍କୁଲ-କଲେଜ, ସୁଇମିଂ ପୁଲ, ସ୍ପା ସେଣ୍ଟର ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏହି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି, “ଆସନ୍ତାକାଲି ସକାଳ ୫ ଟା ପରେ କିଛି କାର୍ଯ୍ୟକଳାପ ବ୍ୟତୀତ ସମସ୍ତ କାର୍ଯ୍ୟକଳାପକୁ ଅନୁମତି ଦିଆଯାଇଛି। ଆସନ୍ତାକାଲି ଠାରୁ ବଜାର ଖୋଲିବା ପାଇଁ ଅଡ ଏଭେନ୍ ଫର୍ମୁଲା ଲାଗୁ ହେବ ନାହିଁ। ପ୍ରାଇଭେଟ୍ ଅଫିସ୍ ୫୦ ପ୍ରତିଶତ କ୍ଷମତା ସହ ସକାଳ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଖୋଲା କରିବ।” ବଜାର, ମଲ୍ ଏବଂ ମାର୍କେଟ କମ୍ପ୍ଲେକ୍ସଗୁଡିକର ସମସ୍ତ ଦୋକାନ ସକାଳ ୧୦ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ଖୋଲିପାରିବ । ରେଷ୍ଟୁରାଣ୍ଟଗୁଡିକ ୫୦ ପ୍ରତିଶତ ବସିବା କ୍ଷମତାରେ ଖୋଲାଯିବ । ସାପ୍ତାହିକ ବଜାରକୁ ଅନୁମତି ଦିଆଯାଉଛି କିନ୍ତୁ ଗୋଟିଏ ଦିନରେ କେବଳ ଗୋଟିଏ ସାପ୍ତାହିକ ବଜାର ଅନୁମତି ଦିଆଯିବ । ଘରେ କିମ୍ବା କୋର୍ଟରେ ୨୦ ଜଣଙ୍କ ଉପସ୍ଥିତିରେ ବିବାହ ଆୟୋଜନ କରାଯାଇପାରିବ। ଧାର୍ମିକ ସ୍ଥାନ ଖୋଲାଯାଉଛି କିନ୍ତୁ ଭକ୍ତଙ୍କୁ ଅନୁମତି ଦିଆଯିବ ନାହିଁ।”

ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲ-କଲେଜ, ଶିକ୍ଷାନୁଷ୍ଠାନ, ସାମାଜିକ, ରାଜନୈତିକ, କ୍ରୀଡା, ମନୋରଞ୍ଜନ, ସାଂସ୍କୃତିକ, ଧାର୍ମିକ ସମାବେଶ, ସୁଇମିଂ ପୁଲ୍, ଷ୍ଟାଡିୟମ୍, କ୍ରୀଡା କମ୍ପ୍ଲେକ୍ସ, ସିନେମା, ଥିଏଟର୍, ମନୋରଞ୍ଜନ ପାର୍କ, ଭୋଜି ହଲ୍, ଅଡିଟୋରିୟମ୍, ସ୍ପା, ଜିମ୍, ସର୍ବସାଧାରଣ ପାର୍କଗୁଡିକ ବର୍ତ୍ତମାନ ପାଇଁ ସମ୍ପୂର୍ଣ୍ଣ ବନ୍ଦ ରହିବ ।

ଦିଲ୍ଲୀରେ କୋଭିଡ -୧୯ ର ନୂଆ ମାମଲା ହ୍ରାସ ପାଇଥିବାରୁ ସରକାର ନିର୍ମାଣ କାର୍ଯ୍ୟ ଏବଂ କାରଖାନାଗୁଡ଼ିକୁ ଆସନ୍ତା ୩୧ ତାରିଖରୁ ପର୍ଯ୍ୟାୟକ୍ରମେ ଖୋଲିବାକୁ ଅନୁମତି ଦେଇଛନ୍ତି। ଦିଲ୍ଲୀ ସରକାରଙ୍କ ହେଲଥ ବୁଲେଟିନ୍ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ କରୋନାର ୨୧୩ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ୨୫ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି। ସଂକ୍ରମଣ ହାର 0.୩ ପ୍ରତିଶତକୁ ଖସି ଆସିଛି।

   Related Posts