ମହାକାଶକୁ ଯିବ ବ୍ଲୁ ବର୍ଡ ବ୍ଲକ-2 ସାଟେଲାଇଟ୍, ୮ଟା ୫୪ ମିନିଟରେ ଶ୍ରୀହରିକୋଟାରୁ ଉତକ୍ଷେପଣ

NEWS7
up-govt-declares-10-sqkm-area-of-mathura-vrindavan-as-pilgrimage-sitemeat-and-liquor-ban

ନୂଆଦିଲ୍ଲୀ ୨୪।୧୨; ଆଉ କିଛି ସମୟ ପରେ ଉତକ୍ଷେପଣ ହେବ ଆମେରିକାର ବାଣିଜ୍ୟିକ ଯୋଗାଯୋଗ ସାଟେଲାଇଟ୍ ବ୍ଲୁବାର୍ଡ ବ୍ଲକ-୨ । ସିଧାସଳଖ ମହାକାଶରୁ ମୋବାଇଲ ଇଣ୍ଟରନେଟ୍ ସେବା ପାଇଁ ଫିଟିବ ବାଟ । ୬.୧ ଟନ୍ ଓଜନର ଏହି ବିଶାଳ ସାଟେଲାଇଟକୁ କକ୍ଷପଥରେ ଅବସ୍ଥାପିତ କରିବ ଇସ୍ରୋର ବାହୁବଳୀ ରକେଟ୍ ଏଲଭିଏମ୍-୩। ସକାଳ ୮ଟା ୫୪ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ ହେବ ଉତକ୍ଷେପଣ । ଟେକ୍ସାସ୍ ସ୍ଥିତ କଂପାନୀ ଏଏସଟି ସ୍ପେଶ୍ ମୋବାଇଲ ପକ୍ଷରୁ ଏହି ସାଟେଲାଇଟକୁ ପଠାଯାଉଛି।

ଦୁର୍ବଳ ଇଣ୍ଟରନେଟ୍ ସେବା ମିଳୁଥିବା ସ୍ଥାନକୁ ଉନ୍ନତ ମୋବାଇଲ ବ୍ରଡବ୍ୟାଣ୍ଡ୍ ଯୋଗାଇବା ଲକ୍ଷ୍ୟରେ ତିଆରି କରାଯାଇଛି। ମହାକାଶ ଭିତ୍ତିକ ବ୍ରଡବ୍ୟାଣ୍ଡ୍ ଯୋଗାଯୋଗ ସାହାଯ୍ୟରେ ବିନା କୌଣସି ଟାୱାର କିମ୍ବା ସ୍ବତନ୍ତ୍ର ଉପକରଣରେ ସାଧାରଣ ମୋବାଇଲକୁ ମଧ୍ୟ ୪-ଜି ଓ ୫-ଜି ସେବା ମିଳିପାରିବ । ଅକ୍ଟୋବର ୧୯ରେ ଆମେରିକାରୁ ବିମାନରେ ଭାରତକୁ ଆସିଥିଲା ଏହି ଓଜନିଆ ସାଟେଲାଇଟ୍ ।