Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାକଲା ଆପ୍‌, ତାଲିକାରେ ଅନେକ ଉଚ୍ଚ ଶିକ୍ଷିତ
  • ||
  • ଆସେସ୍‌ ସିରିଜ୍ କବଜା କଲା ଅଷ୍ଟ୍ରେଲିଆ, ଇଂଲଣ୍ଡକୁ ୪-୦ରେ ମୂଳପୋଛ କରି ଇତିହାସ ରଚିଲା କଙ୍ଗାରୁ ବାହିନୀ
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ରେକର୍ଡ ୪୪୫୨ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୦୩ଜଣ ଡିସଚାର୍ଜ
  • ||
  • ମୋହନା: ଅଟୋ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ, ୭ ଆହତ
  • ||
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||

ଆଇଏନଏକ୍ସ ଦୁର୍ନୀତି ମାମଲାରେ ଚିଦାମ୍ବରମଙ୍କୁ ଝଟକା : ଦିଲ୍ଲୀ ହାଇକୋର୍ଟଙ୍କ ରାୟକୁ କାୟମ ରଖିଲେ ସୁପ୍ରିମକୋର୍ଟ

26/08/2019 at 1:51 PM

ନୂଆଦିଲ୍ଲୀ ୨୬/୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଝଟକା । ସିବିଆଇ ରିମାଣ୍ଡ ବିରୋଧରେ ଚିଦାମ୍ବରମଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି । ଏବେ ସିବିଆଇ ହେପାଜତରେ ରହିବେ ଚିଦାମ୍ବରମ  ।

ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ସିବିଆଇ ମାମଲାରେ ସୁପ୍ରିମକୋର୍ଟଙ୍କ କୌଣସି ହସ୍ତକ୍ଷେପ ରହିବନାହିଁ । ଏହାସହ ଟ୍ରାଏଲ କୋର୍ଟରେ ନିୟମିତ ବେଲ୍ ପିଟିସନ ଦାଖଲ ଲାଗି ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଏପଟେ ଆଜି ଚିଦାମ୍ବରମଙ୍କ ସିବିଆଇ ରିମାଣ୍ଡ ଅବଧି ସରୁଛି । ଅଗଷ୍ଟ ୨୧ତାରିଖରେ ସିବିଆଇ ଚିଦାମ୍ବରମଙ୍କୁ ଗିରଫ କରିଥିଲା । ଏହା ପରେ ଅଗଷ୍ଟ ୨୬ଯାଏଁ ସିବିଆଇ ରିମାଣ୍ଡ ପାଇଁ ଅନୁମତି ଦେଇଥିଲେ ସ୍ବତନ୍ତ୍ର ସିବିଆଇ କୋର୍ଟ ।

ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ସିବିଆଇ ମାରାଥନ ଜେରା କରିଛି । ରିମାଣ୍ଡ ଅବଧି ସରିବା ପରେ ଆଜି ସିବିଆଇ ସ୍ବତନ୍ତ୍ର କୋର୍ଟରେ ଚିଦାମ୍ବରମଙ୍କୁ ହାଜର କରାଯିବ । ଏପଟେ ଆଇଏନଏକ୍ସ ମିଡିଆ ଦୁର୍ନୀତି ନେଇ ଇଡି ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି । ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଇଡି ସତ୍ୟପାଠରେ ଦର୍ଶାଇଛି, ତଦନ୍ତରେ ସହଯୋଗ କରୁନାହାନ୍ତି ଚିଦାମ୍ବରମ,  ଚିଦାମ୍ବରମଙ୍କ ବିରୋଧରେ ପର୍ଯ୍ୟାପ୍ତ ପ୍ରମାଣ ରହିଛି ଏବଂ ଜାଲ କମ୍ପାନୀର ଶେୟାର ହୋଲଡିଂ ପାଟର୍ନ ହେରଫେର କରିଛନ୍ତି ଚିଦାମ୍ବରମ, ସେହିପରି ୧୭ବିଦେଶୀ ବ୍ୟାଙ୍କରେ ଚିଦାମ୍ବରମଙ୍କ ଖାତା ଥିବା ଇଡି ଦର୍ଶାଇଛି । 

   Related Posts