Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ରୋସରୀ ଦୋକାନରୁ ଲୁଟ୍, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
  • ||
  • ଜଳେଶ୍ୱର : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଲୋକ
  • ||
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||

ଆଜି ଉତ୍କଳ ଦିବସ, କରୋନା ସ୍ଥିତିକୁ ଦେଖି ଆଡମ୍ବରରେ ପାଳନ ନକରିବା ପାଇଁ ନିଷ୍ପତ୍ତି

1/04/2020 at 8:09 AM

ଭୁବନେଶ୍ୱର ୦୧।୦୪: ଆଜି ଉତ୍କଳ ଦିବସ । ବହୁ ସଂଗ୍ରାମ ପରେ ୧୯୩୬ ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ। କରୋନା ପାଇଁ ଏଥର ଆଡମ୍ବର ସହିତ ଏହି ଦିବସ ପାଳନ ହେବ ନାହିଁ । କରୋନା ଭାଇରସ ଯୋଗୁଁ ସମଗ୍ର ଭାରତରେ ୨୧ ଦିନିଆ ଲକଡାଉନ ଘୋଷଣା ହୋଇଥବାରୁ ଉତ୍କଳ ଦିବସକୁ ନିରାଡମ୍ବର ଭାବେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଉତ୍କଳ ଦିବସ ପାଳନ ନେଇ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ସୂଚନା ଦେଇଛନ୍ତି । କହିଛନ୍ତି, କୌଣସି ସ୍ଥାନରେ ୭ରୁ ଅଧିକ ଲୋକ ରହିପାରିବେ ନାହିଁ ।

ବହୁ ସଂଗ୍ରାମ ପରେ ୧୯୩୬ ଏପ୍ରିଲ ୧ ତାରିଖରେ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ପ୍ରତି ବର୍ଷ ଏପ୍ରିଲ ୧ ତାରିଖରେ ଉତ୍କଳ ଦିବସ ପାଳନ କରାଯାଏ । ଭାଷା ଭିତ୍ତିରେ ରାଜ୍ୟ ଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ୬ ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି ହୋଇଥିଲା । ୧୯୩୬, ଏପ୍ରିଲ ପହିଲାରେ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା । ୧୯୯୨ରେ ଓଡ଼ିଶାର ୧୩ ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ ଜିଲ୍ଲାରେ ଭାଗ କରାଗଲା ।

   Related Posts