Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ଉତ୍କଳ ବିଶ୍ୱବିଦ୍ୟାଳୟ ଆଜି ପ୍ରତିଷ୍ଠା ଦିବସ, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

27/11/2021 at 9:36 AM

ଭୁବନେଶ୍ୱର ୨୭।୧୧ : ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ୭୯ତମ ପ୍ରତିଷ୍ଠା ଦିବସ ପାଳନ ହେବ । ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ କକ୍ଷ (କନଭୋକେସନ୍‌ ହଲ୍‌)ରେ ସକାଳ ୧୦ଟା ୩୦ରେ ହେବାକୁ ଥିବା ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ । ସେହିପରି ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ବାଗ୍ମୀ ପ୍ରବଚକ ପଦ୍ମଶ୍ରୀ ଡ. ରଜତ କୁମାର କର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଉତ୍ସବରେ ପିଜି କାଉନସିଲ୍‌ ଅଧ୍ୟକ୍ଷ ପ୍ରଫେସର ବସନ୍ତ କୁମାର ମଲ୍ଲିକ ଅତିଥି ପରିଚୟ ପ୍ରଦାନ କରିବେ । ଉତ୍କଳ ବିଶ୍ୱବିଦ୍ୟାଳୟ କୁଳସଚିବ ଡ. ଅଭୟ କୁମାର ନାୟକ ବାର୍ଷିକ ରିପୋର୍ଟ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି । ଛାତ୍ର ମଙ୍ଗଳ ନିର୍ଦ୍ଦେଶକ ଡ. ସୁଶାନ୍ତ କୁମାର ବଡ଼ମାଳି ଧନ୍ୟବାଦ ଦେବେ । ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ସେଣ୍ଟର ଫର୍‌ ଇନୋଭେସନ୍‌ ଆଣ୍ଡ ଇନକ୍ୟୁବେସନ୍‌ ସେଣ୍ଟର୍‌ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

   Related Posts