Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

କେନାଲରେ ଖସିପଡିଲା କାର୍ : ୨ ଶିଶୁ ସମେତ ୬ ଜଣଙ୍କ ମୃତ୍ୟୁ,୫ ଜଣ ଗୁରୁତର

30/12/2019 at 11:44 AM

ନୋଏଡ଼ା ୩୦/୧୨: ଉତ୍ତରପ୍ରଦେଶର ଗ୍ରେଟର ନୋଏଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା । କେନାଲରେ ଏକ କାର୍ ଖସିପଡ଼ିବାରୁ ୨ ଶିଶୁ ସମେତ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ କାରଟି ସମ୍ଭଲରୁ ଦିଲ୍ଲୀ ଯାଉଥିଲା ।

ବିଳାସପୁରର ଖେରଲୀ ଗାଁ ନିକଟରେ କାରଟି ଭାରସାମ୍ୟ ହରାଇ କେନାଲରେ ପଶିଯାଇଥିଲା। କାରରେ ମୋଟ ୧୧ ଜଣ ଥିଲେ। ଏହି କାର୍  ସହିତ ଅନ୍ୟ ଏକ କାର ବି ଯାଉଥିଲା । ଦୁଇଟି ଯାକ କାରରେ ପରିବାର ଲୋକ ଏବଂ ସମ୍ପର୍କୀୟମାନେ ଥିଲେ। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ୬ ଜଣଙ୍କୁ ମୃତ ଘୋଷଣା କରିଥିଲେ।

   Related Posts