Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଆଜିଠୁ କ୍ୟାମ୍ପେନ୍ ମୋଡ୍‌ରେ ଟିକାକରଣ, ରାଜ୍ୟରେ ଦୈନିକ ୩ ଲକ୍ଷ ଭାକସିନେସନ୍ ଟାର୍ଗେଟ୍

21/06/2021 at 7:45 AM

ଭୁବନେଶ୍ୱର, ୨୧।୦୬: ଆଜିଠୁ କ୍ୟାମ୍ପେନ ମୋଡ୍ ରେ ହେବ ଟିକାକରଣ । କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ଟିକାକରଣ କରାଯିବ। ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ଟିକା ମିଳିବ । ପଞ୍ଜିକରଣ କଲେ ମିଳିବ, ସିଧାସଳଖ ଆସିଲେ ବି ମିଳିବ । ରାଜ୍ୟରେ ଦୈନିକ ୩ ଲକ୍ଷ ଟିକା କରଣ କରିବା ପାଇଁ ଟାର୍ଗେଟ ରଖିଛନ୍ତି ରାଜ୍ୟ ସରକାର।

ରାଜ୍ୟର ସମସ୍ତ ବ୍ଲକ ଓ ପୌରାଞ୍ଚଳରେ କ୍ୟାମ୍ପେନ୍ ମୋଡ଼ରେ ଟିକାକରଣ କରାଯିବ। ଉଭୟ ରାଜ୍ୟ ଆଣିଥିବା ଓ କେନ୍ଦ୍ର ସରକାର ଯୋଗାଇ ଟିକା ଲୋକଙ୍କୁ ଦିଆଯିବ। ବ୍ଲକରେ ୫ଟି ସେସନ, ଏନଏସସିରେ ୫ଟି ଲେଖାଏଁ ସେସନ, ପୌର ପରିଷଦରେ ୧୦ଟି ଓ ମହାନଗର ନିଗମରେ ୨୦ଟି ସେସନ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଉଭୟ ଅନଲାଇନ ଓ ଅଫଲାଇନ ଟିକା କରଣ ପାଇଁ ଜିଲ୍ଲାସ୍ତରରେ ଯୋଜନା କରାଯାଇଛି । ସଠିକ ସମୟରେ ଦ୍ୱିତୀୟ ଡୋଜ ଦିଆଯିବା ଉପରେ ଗୁରୁତ୍ୱ ଦିଆଯିବ ।

ରାଜ୍ୟର ୨ ହଜାର ଟିକା କରଣ କେନ୍ଦ୍ରରେ ଟିକା ଦିଆଯିବ ବୋଲି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ଜୁନ ୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିଲେ ଯେ ଯୋଗ ଦିବସରୁ ଦେଶସାରା ଚାଲିବ ଟିକାକରଣ କ୍ୟାମ୍ପେନ। କୋଭିଡ ତୃତୀୟ ଲହର ଆଶଙ୍କା ଥିବାରୁ ତା ପୂର୍ବରୁ ଟିକା କରଣ ସାରିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ।

   Related Posts