LIVE TV

ଦୁର୍ଗାପୁର ପୀଡ଼ିତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଦୋଷୀକୁ ଦଣ୍ଡ ପ୍ରଦାନ ପାଇଁ ଦେଲେ ନିର୍ଭର ପ୍ରତିଶ୍ରୁତି

NEWS7
vaccination-start-from-today

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ପଶ୍ଚିମ ବଙ୍ଗର ଦୁର୍ଗାପୁରଠାରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଓଡ଼ିଆ ଝିଅ, ତାଙ୍କ ମାଆ ଏବଂ ସେଠାରେ ଉପସ୍ଥିତ ଓଡ଼ିଶା ମହିଳା କମିଶନ୍ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ଆଲୋଚନା କରିଛନ୍ତି।

ଆଲୋଚନା କରିବା ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ଝିଅଙ୍କୁ କହିଛନ୍ତି 'ଚିନ୍ତା କରନାହିଁ, ଓଡ଼ିଶା ସରକାର ସମ୍ପୂର୍ଣ୍ଣ ଭାବେ ତୁମ ସହିତ ଅଛନ୍ତି।' ଝିଅ ଯେପରି ଶୀଘ୍ର ସୁସ୍ଥ ହେବ ଏବଂ ସାମାନ୍ୟ ଜୀବନ ଯାପନ କରି ଶିକ୍ଷା କ୍ଷେତ୍ରରେ ଆଗକୁ ବଢ଼ିବ, ସେଥିପାଇଁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି ଏବଂ ଏଥିପାଇଁ ନିୟମ ଅନୁଯାୟୀ  ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।

ପୀଡ଼ିତାଙ୍କ ମାଆ ଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇ ଅପରାଧୀମାନେ ଯେପରି ଶୀଘ୍ର ଏବଂ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇବେ, ସେଥିପାଇଁ ଓଡ଼ିଶା ସରକାର ତାଙ୍କର ଉଦ୍ୟମ ଜାରିରଖିଛନ୍ତି ବୋଲି କହିଥିଲେ।

ସେଠାରେ ଉପସ୍ଥିତ ରାଜ୍ୟ ମହିଳା କମିଶନ୍ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗ ରକ୍ଷା କରିବା କରି ଝିଅକୁ ତୁରନ୍ତ  ନ୍ୟାୟ ପ୍ରଦାନ ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେବା ସହିତ, ଚାପ ସୃଷ୍ଟି କରିବା ପାଇଁ ସବୁ ଫୋରମ୍ ର ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସଂପୃକ୍ତ ପୀଡ଼ିତା ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ତାଙ୍କ ବାପାଙ୍କ ସହିତ ମଧ୍ୟ କଥା ହୋଇଥିଲେ।