Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ପରିବା ବେପାରୀଙ୍କୁ ଭୁଜାଲିରେ ହାଣିଲେ, ଲୁଟିନେଲେ ଟଙ୍କା ଓ ବାଇକ୍

19/07/2021 at 9:47 AM

ଭୋଗରାଇ, ୧୯/୦୭ : ଭୁଜାଲିରେ ହାଣି ଲୁଟ୍ । ଲୁଟିନେଲେ ନଗଦ ଟଙ୍କା ସହ ବାଇକ । ଏପରି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ନିମାତପୁର ପଞ୍ଚାୟତର କୁଚିଲାଡଙ୍ଗର ଗ୍ରାମରେ ।

ସୂଚାନାନୁସାରେ, କୁଚିଲାଡଙ୍ଗରରେ ରୁହନ୍ତି  ଶଶିକାନ୍ତ ପରିଡା । ବୟସ ୪୦ । ସେ ଜଣେ ପରିବା ବ୍ୟବସାୟୀ । ପ୍ରତିଦିନ ସେ ପରିବା କିଣିବା ପାଇଁ ବାଲିଆପାଳ ସିମୁଳିଆ ବଜାରକୁ ଯାଆନ୍ତି ।ତେବେ ରବିବାର ବିଳମ୍ବିତ ରାତ୍ରରେ ଜଳେଶ୍ୱର -ଚନ୍ଦନେଶ୍ୱର ରାସ୍ତାର ବାଟଗ୍ରାମ ପୋଲ ନିକଟରେ ଦୁଇଜଣ ଦୁର୍ବୁତ୍ତ ମୋଟରସାଇକେଲରେ ଆସି ତାଙ୍କୁ ଅଟକାଇଥିଲେ । ଭୁଜାଲି ରେ ତାକୁ ଆକ୍ରମଣ କରି ନଗଦ  ନ ହଜାର ଟଙ୍କା  ଓ  ବାଇକ ନେଇ ଆଖି ପିଛୁଳାକେ ପଳାଇ ଯାଇଥିଲେ ।

ସ୍ଥାନୀୟ ଲୋକେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶଶିକାନ୍ତଙ୍କୁ ପ୍ରଥମେ ଜଳେଶ୍ୱର ଗୋଷ୍ଠୀ ସ୍ଵାସ୍ଥ୍ୟାକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଗୁରୁତର ଥିବାରୁ ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର  କରାଯାଇଛି ।

   Related Posts