Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ରାଜଧାନୀର ପରିବା ଦୋକାନ ଭିତରେ ଝୁଲୁଛି ମୃତଦେହ, ଚିତ୍କାର କରି ଡାକିଲେ ପତ୍ନୀ

24/10/2021 at 7:53 PM

ଭୁବନେଶ୍ୱର, ୨୪/୧୦: ସୌଭାଗ୍ୟ ନଗରର ଏକ ପନିପରିବା ଦୋକାନ ଭିତରେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ଯୁବକ । ମାନସିକ ଚାପଗ୍ରସ୍ଥ ହୋଇ ସେ ଏପରି କରିଥିବା ତାଙ୍କ ସ୍ତ୍ରୀ କହିଛନ୍ତି । ଘଟଣା ସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

ଯୁବକଙ୍କ ନାମ ନିତ୍ୟାନନ୍ଦ ସାହୁ ହୋଇଥିବା ବେଳେ ପରିବା ଦୋକାନ ଭିତରେ ରଶି  ଲଗାଇ ଝୁଲୁଥିବା ଅବସ୍ଥାରେ ପ୍ରଥମେ ତାଙ୍କ ସ୍ତ୍ରୀ ଦେଖିଥିଲେ । ଏହାପରେ ସେ ଚିତ୍କାର କରିଥିଲେ । ସେଠାକାର ଲୋକେ ପହଞ୍ଚିଲା ବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ତେବେ କିଛି ବାକି ଟଙ୍କା ମାଗିବାକୁ ଆସିଥିବା ଯୁବକ ତାଙ୍କୁ ଗାଳିଗୁଲଜ କରିବା ସହ ନାନା ଢଙ୍ଗରେ ଅତ୍ୟାଚାର କରିଆସୁଥିଲେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି । ଏହି କାରଣରୁ ସେ ଆତ୍ମହତ୍ୟା କରିଥାଇପରନ୍ତି ବୋଲି ଅନୁମାନ କରିଛି ପୋଲିସ ।

   Related Posts