Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଭିଜିଲାନ୍ସ ଜାଲରେ ପ୍ରାଣୀ ଚିକିତ୍ସକ, ୫ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

20/10/2020 at 2:49 PM

ସୁବର୍ଣ୍ଣପୁର ୨୦।୧୦: ଭିଜିଲାନ୍ସ ଜାଲରେ  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ପ୍ରାଣୀ ଚିକିତ୍ସକ ପ୍ରିୟବ୍ରତ ବେହେରା । ସୁବଳୟା ପଶୁ ଡାକ୍ତରଖାନାର ପ୍ରାଣୀ ଚିକିତ୍ସକ ପ୍ରିୟବ୍ରତ ବଡଖମାର ଗାଁର ଲକ୍ଷ୍ମଣ ମହନ୍ତଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

ଲକ୍ଷ୍ମଣଙ୍କ ଘରେ ଗାଈ ଗୁହାଳ ପାଇଁ ଏକ ପ୍ରମାଣ ପତ୍ର ଦେବା ନାଁରେ ପ୍ରାଣୀ ଚିକିତ୍ସକ ୫ହଜାର ଟଙ୍କା ଦାବି କରିଥିଲେ । ପରେ ଲକ୍ଷ୍ମଣ ସୋନପୁର ଭିଜିଲାନ୍ସ ବିଭାଗକୁ ଜଣାଇ ଥିଲେ  । ଯୋଜନା ମୁତାବକ ମଙ୍ଗଳବାର ଟଙ୍କା ଦେବା ବେଳେ ସୋନପୁର, ବଲାଙ୍ଗିର ଓ ସମ୍ବଲପୁର ଭିଜିଲାନ୍ସ ଟିମ୍ ପ୍ରାଣୀ ଚିକିତ୍ସକ ପ୍ରିୟବ୍ରତଙ୍କୁ ଗିରଫ କରିଥିଲେ । ତାଙ୍କୁ ସୋନପୁର ଭିଜିଲାନ୍ସ କାର୍ଯ୍ୟାଳୟକୁ ଆଣି ଅଧିକ ପଚରା ଉଚରା ଜାରି ରଖିଛି ।

   Related Posts