Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||
  • ପୁରୀ : ଶ୍ରୀମନ୍ଦିରରେ ବଢିଲା କଟକଣା : ସପ୍ତାହର ୨ଦିନ ଦର୍ଶନ ବନ୍ଦ, ବାହାର ଭକ୍ତଙ୍କ ପାଇଁ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||

ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ଉପରାଷ୍ଟ୍ରପତି, ୫ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି

3/04/2021 at 12:46 PM

ଭୁବନେଶ୍ବର ୩।୪: ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାଇଡୁ । ଏହି ଅବସରରେ ୫ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନଜନକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି । ହାଇକୋର୍ଟ ବିଚାରପତି ଜଷ୍ଟିସ୍ ସଞ୍ଜୁ ପଣ୍ଡାଙ୍କୁ ଡକ୍ଟରେଟ୍ ଉପାଧି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି ।

ଏହି ଅବସରରେ ଉପରାଷ୍ଟ୍ରପତି କହିଛନ୍ତି, ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ । ଚରିତ୍ର ଗଠନରେ ଶିକ୍ଷାର ପ୍ରମୁଖ ଭୂମିକା ରହିଛି । ଓଡିଶାର କଳା, ସଂସ୍କୃତି, ପରମ୍ପରା ବେଶ ଉନ୍ନତ । ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଓ ସୁସଂଗଠିତ କରିଥାଏ ଶିକ୍ଷା । ଛାତ୍ରଛାତ୍ରୀ ଦେଶର ଭବିଷ୍ୟତ, ଏକଥା ମନେ ରଖିବା ଉଚିତ୍ । କଠିନ ପରିଶ୍ରମ ଛାତ୍ରଛାତ୍ରୀଙ୍କୁ ସଫଳତା ଆଣିଦେବ ।

   Related Posts