Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ୨ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି

2/04/2021 at 11:18 AM

ଭୁବନେଶ୍ବର ୨।୪: ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଏମ୍‌ ଭେଙ୍କେୟା ନାଇଡୁ । ସ୍ବତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆସି ପହଞ୍ଚିଲେ ଉପରାଷ୍ଟ୍ରପତି । ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି ଏମ୍‌ ଭେଙ୍କେୟା ନାଇଡୁ ।

ବିମାନବନ୍ଦରରୁ ସିଧାସଳଖ ରାଜଭବନ ଯିବେ ଓ ସେଠାରେ ମଧ୍ୟାହ୍ନଭୋଜନ କରିବେ । ଅପରାହ୍ନ ୪ଟା ୪୫ରେ ରାଜଭବନରୁ ବାହାରି ‌ସଡ଼କ ପଥରେ କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନକୁ ଯିବେ । ପରେ ୫ଟା ୩୦ରୁ ୬ଟା ୩୦ଟା ପର୍ଯ୍ୟନ୍ତ କଟକ ସାରଳା ଭବନଠାରେ ଆୟୋଜିତ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମ ଉତ୍ସବ ତଥା ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକ ସମାରୋହରେ ଉପସ୍ଥିତ ରହିବେ। ସନ୍ଧ୍ୟା ୬ଟା ୩୦ରେ ସାରଳା ଭବନରୁ ବାହାରି ୭ଟା ୫ରେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିବେ । ୩ ତାରିଖ ଅର୍ଥାତ୍ ଆସନ୍ତାକାଲି ସେ  ଉତ୍କଳ ବିଶ୍ବବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ୧୦ଟା ୧୦ରେ ରାଜଭବନରୁ ବାହାରି ବିଶ୍ୱବିଦ୍ୟାଳୟ ଅଭିମୁଖେ ଯିବେ । ୧୦ଟା ୨୦ରେ କ୍ୟାମ୍ପସରେ ପହଞ୍ଚିବା ସହ ପୂର୍ବାହ୍ନ ୧୦ଟା ୩୦ରୁ ୧୧ଟା ୩୦ ପର୍ଯ୍ୟନ୍ତ ସେଠାରେ ରହିବେ । ଏହାପରେ ରାଜଭବନକୁ ଯାଇ ସେଠାରେ ମଧ୍ୟାହ୍ନଭୋଜନ କରିବେ ଏବଂ ଅପରାହ୍ନ ୫ଟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

   Related Posts