Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଥାନା ଅଧିକାରୀଙ୍କ ସହ ମହିଳା କର୍ମଚାରୀଙ୍କ ଆପତ୍ତିଜନକ ଭିଡିଓ ଭାଇରାଲ: ନିଜ ଫେସ୍‌ବୁକ୍‌ ଆକାଉଣ୍ଟରେ ପୋଷ୍ଟ କରିଥିଲେ ସ୍ବାମୀ, ଏସ୍‌ପି ଆରମ୍ଭ କଲେ ତଦନ୍ତ

19/10/2020 at 10:19 PM

ନରସିଂହପୁର୧୯/୧୦: ଥାନା ଅଧିକାରୀଙ୍କ ସହିତ ଜଣେ ମହିଳା କର୍ମଚାରୀଙ୍କ ଆପତ୍ତିଜନକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାକୁ ନେଇ ଚର୍ଚ୍ଚା ହେଉଛି। ପୁଣି ଅଭିଯୋଗ ହୋଇଛି ଯେ, ଜନୈକ ମହିଳାଙ୍କ ସ୍ବାମୀ ଏହି ଭିଡିଓଟିକୁ ନିଜ ଫେସ୍‌ବୁକ୍‌ ପେଜ୍‌ରେ ପୋଷ୍ଟ କରିଛନ୍ତି।

ଏହି ଘଟଣାରେ ଅତିରିକ୍ତ ଏସ୍‌ପି ତଦନ୍ତ ଆରମ୍ଭ କରିଛନ୍ତି। ସଂପୃକ୍ତ ମହିଳାଙ୍କ ବୟାନ ରେକର୍ଡ ହୋଇଛି। ଚର୍ଚ୍ଚା ହେଉଥିବା ଘଟଣାକ୍ରମ ଅନୁସାରେ, ସ୍ଥାନୀୟ ଥାନା ଅଧିକାରୀଙ୍କ ସହ ଉକ୍ତ ଥାନାର କାର୍ଯ୍ୟରତ ଜଣେ ମହିଳାଙ୍କ ମଧ୍ୟରେ ଆପତ୍ତିଜନକ ସଂପର୍କ ରହିଛି। ପ୍ରକୃତ ଘଟଣା ସାମ୍ନାକୁ ଆସି ନଥିବା ବେଳେ କିନ୍ତୁ ଏହି ଘଟଣାକୁ ନେଇ ଚର୍ଚ୍ଚା ଲାଗି ରହିଛି। ମହିଳାଙ୍କ ସ୍ବାମୀ ଏକ ଘରୋଇ କମ୍ପାନୀରେ କାମ କରନ୍ତି।

ଏପରି ଭିଡିଓ ଭାଇରାଲ ହେବା ପରେ ମହିଳା୍‌ଙ୍କ ସ୍ବାମୀ କୁଆଡ଼େ ଚାଲିଯାଇଥିବା ସୂଚନା ମିଳିଛି। ଅନ୍ୟପଟେ ଏହି ଘଟଣାରେ ଏସ୍‌ପି ହସ୍ତକ୍ଷେପ କରିଛନ୍ତି।  ଏହି ଘଟଣାର ସତ୍ୟାସତ କଣ, ତାହା ଏପର୍ଯ୍ୟନ୍ତ ସାମ୍ନାକୁ ଆସି ନାହିଁ।

   Related Posts