Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ପିଲାଙ୍କ ଖେଳଣା କିଣା ଓ ଫ୍ଲେକ୍ସ ହେରଫେର ଘଟଣାରେ ଭିଜିଲାନ୍ସ ଚଢ଼ାଉ, ସିଡିପିଓ ଏବଂ ସୁପର ଭାଇଜର ଗିରଫ

9/11/2021 at 5:55 PM

ଜଗତସିଂହପୁର ୯।୧୧: ପିଲାଙ୍କ ଖେଳଣା କିଣା ଓ ଫ୍ଲେକ୍ସ ହେରଫେର ଘଟଣାରେ ଜଗତସିଂହପୁର ଜିଲ୍ଲା ବାଲିକୁଦା ସିଡିପିଓ ଓ ସୁପର ଭାଇଜର ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି । ବାଲିକୁଦା ଅଞ୍ଚଳର ଜନୈକ ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଚଢ଼ାଉ କରିଥିଲା । ଗିରଫ ସିଡିପିଓ ସରଳା ଦେଇ ଓ ସୁପର ଭାଇଜର ପ୍ରତିମା  ସାହୁ । ପ୍ରି ସ୍କୁଲ କିଟ୍ କିଣା ଓ ଫ୍ଲେକ୍ସ କିଣା  ଘଟଣାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ସେମାନଙ୍କୁ ଗିରଫ କରିଛି । ସିଡିପିଓ  ୧୫ ହଜାର ଟଙ୍କା ଓ ସୁପର ଭାଇଜର ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଅଧିକାରୀମାନେ ଉଭୟଙ୍କୁ ଧରିଥିଲେ । ଏଥି ସହିତ ଉଭୟଙ୍କର ଅନ୍ୟାନ୍ୟ ସମ୍ପତ୍ତି ବାବଦରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ତଦନ୍ତ ଚାଲିଥିବା ଜଣାପଡ଼ିଛି ।

   Related Posts