Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଭିଜିଲାନ୍ସ ଜାଲରେ ଟେକ୍ନିକାଲ୍ କନ୍‌ସଲ୍‌ଟାଣ୍ଟ, ଏକାକାଳୀନ ୫ଟି ସ୍ଥାନରେ ଚଢାଉ

18/06/2020 at 10:08 AM

ଭଦ୍ରକ ୧୮।୦୮: ସର୍ବଶିକ୍ଷା ଅଭିଯାନର ଟେକ୍ନିକାଲ୍ କନ୍‌ସଲ୍‌ଟାଣ୍ଟଙ୍କ ଘର ସହ ୫ଟି ସ୍ଥାନରେ ଭିଜିଲାନ୍ସ ରେଡ଼ କରିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଥିବା ସୂଚନା ମିଳିଛି । ଭଦ୍ରକ ଜିଲ୍ଲାର ସର୍ବଶିକ୍ଷା ଅଭିଯାନର ଟେକ୍ନିକାଲ୍ କନ୍‌ସଲ୍‌ଟାଣ୍ଟଙ୍କ ବୈଲୋଚନ ପୁହାଣ ଘରେ ରେଡ୍‌ ।

ସୂଚନାଯୋଗ୍ୟ ଯେ, ଭିଜିଲାନ୍ସ ଟିମ୍‌ ପକ୍ଷରୁ ଭଦ୍ରକ ସହରରେ ଥିବା ତାଙ୍କ ଘର , ଚରମ୍ପା ସ୍ଥିତ ପୈତୃକ ଘର , ଶ୍ୱଶୁର ଘର ଓ ଅଫିସ ସମେତ ୫ଟି ସ୍ଥାନରେ ଚଢାଉ ହୋଇଛି । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍‌ । ପୂର୍ବରୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା ।

ଏହି ଅଭିଯୋଗ ପରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ କରିଥିବା ସୂଚନା ମିଳିଛି । ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଅନ୍ୟାନ୍ୟ କାଗଜପତ୍ର ଭିଜିଲାନ୍ସ ଯାଞ୍ଚ କରୁଥିବା ସୂଚନା ମିଳିଛି । ଭଦ୍ରକ ଭିଜିଲାନ୍ସ ସହ ବାଲେଶ୍ୱର ଭିଜିଲାନ୍ସର ୫ଟି ଟିମ୍‌ ଚଢ଼ାଉରେ ସାମିଲ ହୋଇଥିବା ସୂଚନା ମିଳିଛି ।

   Related Posts