Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍

20/10/2020 at 9:10 AM

ଭୁବନେଶ୍ୱର ୨୦।୧୦: ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ର ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ । ଅଫିସ ସମେତ ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଜାରି ରହିଛି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜନସ୍ବାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରବିନ୍ଦ୍ର ନାଥ ପ୍ରଧାନଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ଅଫିସ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ତେବେ ଚଢାଉ ହେଉଥିବା ସ୍ଥାନଗୁଡିକ- ଭୁବନେଶ୍ବରସ୍ଥିତ କାର୍ଯ୍ୟାଳୟ, ଭୁବନେଶ୍ବର ନୟାପଲ୍ଲୀସ୍ଥିତ ଦୁଇ ମହଲା ଘର, ବାଲିଅନ୍ତା ନୂଆଗାଁସ୍ଥିତ ଆପାର୍ଟମେଣ୍ଟ, ବାଲିଅନ୍ତା ନହରକଣ୍ଟାସ୍ଥିତ ବାସଭବନ, ବାଲିଅନ୍ତା କୁରୁଣ୍ଟିସ୍ଥିତ ସମ୍ପର୍କୀୟ ଏବଂ ବ୍ରହ୍ମପୁର ବିଦ୍ୟାନାଥପୁର ଅଯୋଧ୍ୟାନଗରସ୍ଥିତ ପୈତୃକ ଘରେ ଚଢାଉ ଜାରି ରହିଛି ରେଡ୍‌ ।

   Related Posts