Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡ ଘରେ ‘ଭିନେ’ କଳି : ହିନ୍ଦୁଜା ୪ ଭାଇଙ୍କ ସମ୍ପର୍କରେ ଆତ୍ମୀୟ ବାଧକ, ମାମଲା କୋର୍ଟରେ
  • ||
  • କାନପୁର ଟେଷ୍ଟ : କିଓ୍ୱି ବୋଲରଙ୍କ ଦମଦାର ବୋଲିଂ, ପ୍ରଥମ ଇନିଂସରେ ଭାରତ ୩୪୫ରେ ଅଲଆଉଟ୍
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସ ଆୟରଙ୍କ ଦମଦାର ଶତକ, ନିରାଶ କଲେ ରିଦ୍ଧିମାନ ଶାହ ଓ ଅକ୍ଷର ପଟେଲ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୯ କରୋନା ସଂକ୍ରମିତ, ୧୦୪୮୨୨୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଜନ୍ମହେଲା ୨ ମୁଣ୍ଡିଆ ଶିଶୁ, ହସ୍ପିଟାଲରେ ଛାଡି ଫେରାର ହୋଇଗଲେ ବାପା-ମାଆ
  • ||
  • ମାତିଲେ ଝାଡଖଣ୍ଡୀ ହାତୀପଲ, ନଷ୍ଟକଲେ ଧାନ ଫସଲ
  • ||
  • ଟ୍ରକ୍ ସହ ଧକ୍କା ହେଲା କିଙ୍ଗଫିସର ବସ୍, ଏକାଧିକ ଯାତ୍ରୀ ଆହତ
  • ||
  • ଗଜପତିରେ ଅପରେସନ ଗ୍ରୀନ୍ କ୍ଲିନ୍, ୧୪ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଅପରେସନ ନୀଳ ଜହର : ୧୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସଙ୍କ ଦମଦାର ବ୍ୟାଟିଂ, ଭାଙ୍ଗିଲେ ଗାଭାସ୍କରଙ୍କ ରେକର୍ଡ
  • ||

ଭିଜିଲାନ୍ସ ଜାଲରେ OPHWCର ଡେପୁଟି ମ୍ୟାନେଜର, ଏକାସାଙ୍ଗେ ୧୦ଟି ସ୍ଥାନରେ ରେଡ୍‌

9/11/2021 at 9:06 AM

ଭୁବନେଶ୍ୱର ୦୯।୧୧ : ଭିଜିଲାନ୍ସ ଜାଲରେ ଓଡିଶା ପୋଲିସ ହାଉସିଂ କର୍ପୋରେସନର (OPHWC) ମ୍ୟାନେଜର । ଓଡିଶା ପୋଲିସ ହାଉସିଂ କର୍ପୋରେସନର ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ରେଡ୍‌ ହୋଇଛି । ଭିଜିଲାନ୍ସର ୧୦ ଜଣିଆ ଟିମ୍‌ ଏହି ରେଡ଼୍‌ କରୁଛନ୍ତି ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ ଓଡିଶା ପୋଲିସ ହାଉସିଂ କର୍ପୋରସେନର ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଜାରି ରହିଛି । ଭିଜିଲାନ୍ସର ୧୦ ଜଣିଆ ଟିମ୍‌ ଏହି ଚଢାଉରେ ସାମିଲ ଅଛନ୍ତି । ଭିଜିଲାନ୍ସ ଟିମ୍‌ ଏକା ସାଙ୍ଗେ ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ ସମେତ ଏକକାଳୀନ ୧୦ଟି ସ୍ଥାନରେ ରେଡ଼୍‌ ଜାରି ରହିଛି । ଏହି ଚଢାଉରେ ଜଣେ ଅତିରିକ୍ତ ଏସ୍‌ପି, ୫ଜଣ ଡିଏସ୍‌ପି ଏବଂ ୭ଜଣ ଇନ୍‌ସପେକ୍ଟର ସାମିଲ ଅଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ବିସୃତ ତଥ୍ୟ ମିଳିନାହିଁ ।

   Related Posts